ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ସାରା ରାଜ୍ୟରେ ହର୍ଷୋଲ୍ଲାସରେ ପାଳନ ହେଉଛି ପବିତ୍ର ମକର ସଂକ୍ରାନ୍ତି। ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। ମକର ସଂକ୍ରାନ୍ତି ହେଉଛି ଭଗବାନ ସୂର୍ଯ୍ୟଙ୍କ ଉପାସନାର ପର୍ବ। ସାଧାରଣତଃ  ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରିଥାନ୍ତି। ସେହି […]

ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ  ମୁଖ୍ୟମନ୍ତ୍ରୀ
Chief Minister greeted the people of the state on the occasion of the holy Makar Sankranti

ଭୁବନେଶ୍ବର : ଆଜି ସାରା ରାଜ୍ୟରେ ହର୍ଷୋଲ୍ଲାସରେ ପାଳନ ହେଉଛି ପବିତ୍ର ମକର ସଂକ୍ରାନ୍ତି। ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

ମକର ସଂକ୍ରାନ୍ତି ହେଉଛି ଭଗବାନ ସୂର୍ଯ୍ୟଙ୍କ ଉପାସନାର ପର୍ବ। ସାଧାରଣତଃ  ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରିଥାନ୍ତି। ସେହି ରାଶିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି। ପୌଷ ମାସ ହେତୁ ଅଟକି ଯାଇଥବା ଶୁଭ କାର୍ଯ୍ୟ ମକର ସଂକ୍ରାନ୍ତି ଠାରୁ ପୁଣି ଆରମ୍ଭ ହୋଇଯାଏ। ଏହି ପର୍ବକୁ ଦେଶର କୋଣ ଅନୁକୋଣରେ ଲୋକ ଭିନ୍ନ ଭିନ୍ନ ଭାବେ ପାଳନ କରିଥାନ୍ତି ।

ମକର ସଂକ୍ରାନ୍ତି ଦିନ ଓଡ଼ିଶାର ଲୋକେ ‘ମକର ଚାଉଳ’ ପ୍ରସ୍ତୁତ କରି (ଅରୁଆ ଚାଉଳ, ଗୁଡ଼, ଛେନା, କଦଳୀ, ନଡ଼ିଆ, ଘିଅ, କ୍ଷୀର ଆଦି) ଦେବଦେବୀଙ୍କ ନିକଟରେ ଭୋଗ କରିଥାନ୍ତି । ଏହି ଭୋଗକୁ ଆନନ୍ଦରେ ସାଙ୍ଗସାଥୀ ଏବଂ ପଡ଼ୋଶୀଙ୍କୁ ବଣ୍ଟାଯାଇଥାଏ ।

ମକର ସଂକ୍ରାନ୍ତିର ଶୁଭ ମୁହୂର୍ତ୍ତରେ ସ୍ନାନ ଓ ଦାନର ବିଶେଷ ମହତ୍ତ୍ବ ରହିଛି । ମକର ସଂକ୍ରାନ୍ତିର ପୁଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀ ଆଦିରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି। ତେଣୁ କେଉଁ ଆବହମାନ କାଳରୁ ସରୋବର, ନଦୀ ତଟ, ସମୁଦ୍ର ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପଶ୍ଚିମବଙ୍ଗର ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଶ୍ରଦ୍ଧାଳୁମାନେ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତ୍ୟୁବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ ।