ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଚିକିତ୍ସାଧିନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଦେହାନ୍ତ
ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କ ପରଲୋକ। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଗୁରୁବାର ସନ୍ଧ୍ୟାରେ ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ହୋଇଥିଲା । ରାତି ୮ଟା ୬ ମିନିଟରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ଓ ଏମ୍ସ ପକ୍ଷରୁ ରାତି ୯ଟା ୫୧ ମିନିଟରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା । ଡ. […]

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କ ପରଲୋକ। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଗୁରୁବାର ସନ୍ଧ୍ୟାରେ ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ହୋଇଥିଲା । ରାତି ୮ଟା ୬ ମିନିଟରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ଓ ଏମ୍ସ ପକ୍ଷରୁ ରାତି ୯ଟା ୫୧ ମିନିଟରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା ।
ଡ. ମନମୋହନ ସିଂ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ , ଅର୍ଥ ସଚିବ ଓ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ମଧ୍ୟ ରହିଥିଲେ। ଦେଶର ଅର୍ଥନୀତିକୁ ସଂକଟରୁ ଉଦ୍ଧାର କରି ଆଗକୁ ନେବାରେ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ବୋଲି ବିବେଚନା କରାଯାଏ । ୧୯୯୧ରେ ଆରମ୍ଭ ହୋଇଥିବା ଦେଶର ଅର୍ଥନୈତିକ ସଂସ୍କାରକୁ ଆଗକୁ ବଢ଼ାଇବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଛଥିଲେ।
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା। ଆଜି ତାଙ୍କ ବିୟୋଗରେ ପୂରା ଦେଶରେ ଶୋକରଛାୟା ଖେଳି ଯାଇଛି। ତାଙ୍କ ମୃତ୍ୟୁ ଖବର ପାଇଁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦିଲ୍ଲୀ ଏମ୍ସରେ ପହଞ୍ଚିଛନ୍ତି।