ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ; ୮୫ ବର୍ଷ ବୟସରେ ଭୁବନେଶ୍ବରରେ ଦେହାନ୍ତ

ଭୁବନେଶ୍ବର: ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ। ରବିବାର ଭୋର ୪.୧୫ ମିନିଟ୍‌ରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ତାଙ୍କ ପୁଅ ବିଶ୍ବଜିତ୍ ଦାସ ବିୟୋଗ ଖବର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଅନନ୍ତଙ୍କ ବିୟୋଗରେ ପୂରା ରାଜନୈତକ ମହଲରେ ଶୋକର ଛାୟା ଖେଳିଯାଇଛି ।ବାଲେଶ୍ବର ଜିଲ୍ଲାର ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ହୋଇଥିଲା ଅନନ୍ତ ଦାସ । ସେ ବିଜେଡି ସଂଗଠନର ଜଣେ ପୁରୁଖା ନେତା ଥିଲେ । ନବୀନ ପଟ୍ଟନାୟକଙ୍କ ସରକାରରେ ଉଚ୍ଚଶିକ୍ଷା ଓ ଶିଳ୍ପ ବିଭାଗରେ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ଏହା ସହିତ ସରକାରଙ୍କ ମୁଖ୍ୟ ସଚେତକ ଏବଂ ବାଲେଶ୍ବର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସମେତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ସଫଳତାର ସହ ତୁଲାଇଥିଲେ ।୧୯୪୦ ମସିହା ଅଗଷ୍ଟ ୨୮ରେ ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତ କୁରୁଟିଆ ଗାଁରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ଏମଏ ଏଲଏଲବି କରିବା ପରେ ସରକାରୀ ଚାକିରି କରିଥିଲେ । ଚାକିରି ଜୀବନରେ ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଥିଲେ । ଭଦ୍ରକର ଏଡିଏମ ଭାବେ କାର୍ଯ୍ୟ କରି ଅବସର ନେବା ପରେ ଅନନ୍ତ ଭୋଗରାଇ ବିକାଶ ପରିଷଦ ଗଠନ କରିଥିଲେ । ସେ ଏନସିପିରୁ ତାଙ୍କର ରାଜନୈତିକ କ୍ୟାରିୟର ଆରମ୍ଭ କରିଥ

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ; ୮୫ ବର୍ଷ ବୟସରେ ଭୁବନେଶ୍ବରରେ ଦେହାନ୍ତ

ଭୁବନେଶ୍ବର: ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ। ରବିବାର ଭୋର ୪.୧୫ ମିନିଟ୍‌ରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ତାଙ୍କ ପୁଅ ବିଶ୍ବଜିତ୍ ଦାସ ବିୟୋଗ ଖବର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଅନନ୍ତଙ୍କ ବିୟୋଗରେ ପୂରା ରାଜନୈତକ ମହଲରେ ଶୋକର ଛାୟା ଖେଳିଯାଇଛି ।

ବାଲେଶ୍ବର ଜିଲ୍ଲାର ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ହୋଇଥିଲା ଅନନ୍ତ ଦାସ । ସେ ବିଜେଡି ସଂଗଠନର ଜଣେ ପୁରୁଖା ନେତା ଥିଲେ । ନବୀନ ପଟ୍ଟନାୟକଙ୍କ ସରକାରରେ ଉଚ୍ଚଶିକ୍ଷା ଓ ଶିଳ୍ପ ବିଭାଗରେ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ଏହା ସହିତ ସରକାରଙ୍କ ମୁଖ୍ୟ ସଚେତକ ଏବଂ ବାଲେଶ୍ବର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସମେତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ସଫଳତାର ସହ ତୁଲାଇଥିଲେ ।

୧୯୪୦ ମସିହା ଅଗଷ୍ଟ ୨୮ରେ ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତ କୁରୁଟିଆ ଗାଁରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ଏମଏ ଏଲଏଲବି କରିବା ପରେ ସରକାରୀ ଚାକିରି କରିଥିଲେ । ଚାକିରି ଜୀବନରେ ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଥିଲେ । ଭଦ୍ରକର ଏଡିଏମ ଭାବେ କାର୍ଯ୍ୟ କରି ଅବସର ନେବା ପରେ ଅନନ୍ତ ଭୋଗରାଇ ବିକାଶ ପରିଷଦ ଗଠନ କରିଥିଲେ । ସେ ଏନସିପିରୁ ତାଙ୍କର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ । ମାତ୍ର ୨୦୦୪ ନିର୍ବାଚନରେ ବିଜେଡିରୁ ଟିକେଟ୍ ପାଇଥିଲେ । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ବିଜୟୀ ହୋଇ ବିଧାନସଭାରେ ପାଦ ଥାପିଥିଲେ ।