ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ

ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ । ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ଦେହାନ୍ତ ହୋଇଛି । ଆଜି ଭୋର୍ ସାଢେ ୩ଟାରେ ସେ ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ୮୫ ବର୍ଷ […] The post ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ appeared first on Odisha.News.

ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ

ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ । ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ଦେହାନ୍ତ ହୋଇଛି । ଆଜି ଭୋର୍ ସାଢେ ୩ଟାରେ ସେ ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଜେଡିରୁ ବିଧାୟକ ରହିଥିଲେ ଏହି ବରିଷ୍ଠ ରାଜନେତା ।

ଅନନ୍ତ ଦାସ ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ ଥର ବିଜୁ ଜନତା ଦଳରୁ ବିଧାୟକ ଥିଲେ । ୨୦୧୪ରେ ନବୀନ ସରକାରରେ ଉଚ୍ଚଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିବାବେଳେ ଆଜି ଭୁବନେଶ୍ବର ସ୍ଥିତ ବାସଭବନରେ ଆଖି ବୁଜିଛନ୍ତି । ତାଙ୍କର ବିୟୋଗ ଖବର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି ।

୧୯୪୦ ମସିହା ଅଗଷ୍ଟ ୨୮ ତାରିଖରେ ଅନନ୍ତ ଦାସ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତର କୁରୁଠିଆ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ଭାବରେ ୨୦୦୪ ରୁ ୨୦୧୯ ପର୍ଯ୍ୟନ୍ତ ୪ ଥର ବିଜେଡିରୁ ବିଧାୟକ ହୋଇଥିଲେ । ପାଠ ପଢା ଶେଷ ହେବା ପରେ ସେ ଭଦ୍ରକରେ ଏଡିଏମ୍ ଭାବରେ କାର୍ଯ୍ୟ କରି ଅବସର ଗ୍ରହଣ କରିବା ପରେ ରାଜନୀତିରେ ପ୍ରବେଶ କରିଥିଲେ ।

The post ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ appeared first on Odisha.News.