ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର […] The post ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ appeared first on Dharitri Odia News.

ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ।

ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

The post ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ appeared first on Dharitri Odia News.