ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ
ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ କର୍କଟ ରୋଗରେ ଆକ୍ରାନ୍ତ ଥିବାବେଳେ ତାଙ୍କୁ ବ୍ରେନ୍ ଷ୍ଟ୍ରୋକ୍ ମଧ୍ୟ ହୋଇଥିବା ଜଣାପଡିଥିଲା। ଗତ ଅକ୍ଟୋବର ତାରିଖଠାରୁ ଦେହ ଅସୁସ୍ଥ ଥିବା ନେଇ ସେ ବିଶ୍ବବିଦ୍ୟାଳୟରୁ ଛୁଟି […] The post ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ appeared first on Dharitri Odia News.
ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ କର୍କଟ ରୋଗରେ ଆକ୍ରାନ୍ତ ଥିବାବେଳେ ତାଙ୍କୁ ବ୍ରେନ୍ ଷ୍ଟ୍ରୋକ୍ ମଧ୍ୟ ହୋଇଥିବା ଜଣାପଡିଥିଲା। ଗତ ଅକ୍ଟୋବର ତାରିଖଠାରୁ ଦେହ ଅସୁସ୍ଥ ଥିବା ନେଇ ସେ ବିଶ୍ବବିଦ୍ୟାଳୟରୁ ଛୁଟି ନେଇଥିଲେ। ତାଙ୍କ ପରଲୋକ ଖବର ଶୁଣି ବିଶ୍ବବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ କର୍ତ୍ତୃପକ୍ଷ, ଭାରପ୍ରାପ୍ତ କୁଳପତି ଶୋକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୧ ଏପ୍ରିଲରେ ସେ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟରେ ଯୋଗଦାନ କରିଥିଲେ।
ସେ ଏକାଧାରାରେ ଜଣେ ଶିକ୍ଷାବିତ୍, ପ୍ରବଚକ, ସାହିତି୍ୟକ ସର୍ବୋପରି ଜଣେ ବିଶିଷ୍ଟ ପ୍ରାବନ୍ଧିକ ଭାବରେ ବେଶ୍
ଜଣାଶୁଣା। ରାଜ୍ୟର ବିଭିନ୍ନ ଧର୍ମାନୁଷ୍ଠାନ ସହ ସେ ଦୀର୍ଘବର୍ଷ ହେଲା ଜଡ଼ିତ ରହିଥିଲେ। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
The post ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ appeared first on Dharitri Odia News.