ପରଲୋକରେ ରତନ ଟାଟା, ୮୬ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ
ମୁମ୍ବାଇ: ଦେଶର ଖ୍ୟାତାନାମା ଉଦ୍ୟୋଗପତି ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ପରଲୋକ ଘଟିଛି । ୮୬ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି ବିଜନେସ୍ ଟାଇକୁନ ରନତ ଟାଟା । ଏ ନେଇ ଟାଟା ଗ୍ରୁପ ପକ୍ଷରୁ ଆନୁଷ୍ଠାନିକ ଭାବେ ସୂଚନା ଦିଆଯାଇଛି । ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପରଲୋକ ଭାରତ ଉଦ୍ୟୋଗଜଗତରେ ଅପୂରଣୀୟ କ୍ଷତି ଘଟିଛି । ପଦ୍ମବିଭୂଷଣ ରତନ ଟାଟାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳି ଯାଇଛି । ବୁଧବାର ଖ୍ୟାତାନାମା ଉଦ୍ୟୋଗପତି ରତନ ଟାଟାଙ୍କ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । । ତାଙ୍କ ସ୍ଵାସ୍ଥ୍ୟବସ୍ଥା ଉପରେ ଡାକ୍ତରୀ ଦଳ ଲଗାତାର ନଜର ରଖିଥିଲେ। କିନ୍ତୁ ମଧ୍ୟରାତ୍ରି ସମୟରେ ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗ ଘଟିଛି ।ଏହା ପୂର୍ବରୁ ଗତ ସୋମବାର ରତନ ଟାଟାଙ୍କ ସ୍ଵାସ୍ଥ୍ୟବସ୍ଥା ବିଗିଡ଼ିଥିବା ଖବର ଆସିଥିଲା। ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିବା ଖବର ପ୍ରକାଶ ପାଇଥିଲା। କିନ୍ତୁ ଏହି ଖବରକୁ ଗୁଜବ କହି ଖଣ୍ଡନ କରିଥିଲେ ରତନ ଟାଟା। ତାଙ୍କ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଲେଖା ଯାଇଥିଲା ଯେ, ଏହି ଖବର ଭିତ୍ତିହୀନ ଏବଂ ଏଥିରେ କୌଣସି ସତ୍ୟତା ନାହିଁ। ବାର୍ଦ୍ଧକ୍ୟଜନିତ ରୋ
ମୁମ୍ବାଇ: ଦେଶର ଖ୍ୟାତାନାମା ଉଦ୍ୟୋଗପତି ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ପରଲୋକ ଘଟିଛି । ୮୬ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି ବିଜନେସ୍ ଟାଇକୁନ ରନତ ଟାଟା । ଏ ନେଇ ଟାଟା ଗ୍ରୁପ ପକ୍ଷରୁ ଆନୁଷ୍ଠାନିକ ଭାବେ ସୂଚନା ଦିଆଯାଇଛି । ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପରଲୋକ ଭାରତ ଉଦ୍ୟୋଗଜଗତରେ ଅପୂରଣୀୟ କ୍ଷତି ଘଟିଛି । ପଦ୍ମବିଭୂଷଣ ରତନ ଟାଟାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳି ଯାଇଛି ।

ବୁଧବାର ଖ୍ୟାତାନାମା ଉଦ୍ୟୋଗପତି ରତନ ଟାଟାଙ୍କ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । । ତାଙ୍କ ସ୍ଵାସ୍ଥ୍ୟବସ୍ଥା ଉପରେ ଡାକ୍ତରୀ ଦଳ ଲଗାତାର ନଜର ରଖିଥିଲେ। କିନ୍ତୁ ମଧ୍ୟରାତ୍ରି ସମୟରେ ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗ ଘଟିଛି ।
ଏହା ପୂର୍ବରୁ ଗତ ସୋମବାର ରତନ ଟାଟାଙ୍କ ସ୍ଵାସ୍ଥ୍ୟବସ୍ଥା ବିଗିଡ଼ିଥିବା ଖବର ଆସିଥିଲା। ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିବା ଖବର ପ୍ରକାଶ ପାଇଥିଲା। କିନ୍ତୁ ଏହି ଖବରକୁ ଗୁଜବ କହି ଖଣ୍ଡନ କରିଥିଲେ ରତନ ଟାଟା। ତାଙ୍କ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଲେଖା ଯାଇଥିଲା ଯେ, ଏହି ଖବର ଭିତ୍ତିହୀନ ଏବଂ ଏଥିରେ କୌଣସି ସତ୍ୟତା ନାହିଁ। ବାର୍ଦ୍ଧକ୍ୟଜନିତ ରୋଗ କାରଣରୁ ମୁଁ ନିୟମିତ ସ୍ଵାସ୍ଥ୍ୟ ଯାଞ୍ଚ ପାଇଁ ମେଡିକାଲ୍ ଆସିଛି। ଚିନ୍ତାର କୌଣସି ବିଷୟ ନୁହେଁ। ମୁଁ ସୁସ୍ଥ ଅଛି। ରତନ ଟାଟା ଜନତା ଓ ଗଣମାଧ୍ୟମକୁ ଭୁଲ୍ ସୂଚନା ପ୍ରଚାର ନ କରିବା ଏବଂ ଏହା ପ୍ରତି ଧ୍ୟାନ ନ ଦେବାକୁ ଅନୁରୋଧ ମଧ୍ୟ କରିଥିଲେ।
ସୂଚନାଯୋଗ୍ୟ, ରତନ ଟାଟା ୨୧ ବର୍ଷ ବୟସରେ ୧୯୯୧ରେ ଅଟୋଠୁ ନେଇ ଇସ୍ପାତ ପର୍ୟ୍ୟ ନ୍ତ କାରବାର ସହ ଜଡ଼ିତ ଟାଟା ଗ୍ରୁପର ଅଧ୍ୟକ୍ଷ ହୋଇଥିଲେ। ଚେୟାରମ୍ୟାନ ହେବା ପରେ ସେ ଟାଟା ଗ୍ରୁପକୁ ଏକ ନୂତନ ଶିଖରରେ ପହଞ୍ଚାଇଥିଲେ। ସେ ୨୦୧୨ ମସିହା ପର୍ୟ୍ୟ ନ୍ତ କମ୍ପାନିର ନେତୃତ୍ଵ ନେଇଥିଲେ। ୨୦୦୮ରେ ରତନ ଟାଟାଙ୍କୁ ସରକାରଙ୍କ ଦ୍ଵାରା ଦେଶର ଦ୍ଵିତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଥିଲା।