ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ
ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ମୋର ସମ୍ମାନ ଓ ଧନ୍ୟବାଦ ଜଣାଉଛି।” ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ […] The post ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ appeared first on Dharitri Odia News.
ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ମୋର ସମ୍ମାନ ଓ ଧନ୍ୟବାଦ ଜଣାଉଛି।”
ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ମୋର ସମ୍ମାନ ଓ ଧନ୍ୟବାଦ ଜଣାଉଛି।
— Naveen Patnaik (@Naveen_Odisha) June 4, 2024
ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ତାଙ୍କୁ ପରାସ୍ତ କରିଛନ୍ତି। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରେ ବିଜୟୀ ହେବେ ବୋଲି ଆଶା କରାଯାଉଥିଲା।
ହେଲେ କଣ୍ଟାବାଞ୍ଜିରୁ ଭାଜପା ପ୍ରାର୍ଥୀ ତାଙ୍କୁ କଡା ଟକ୍କର ଦେଲେ । ବାଗ୍ ୧୬,୩୨୧ ଖଣ୍ଡ ଭୋଟରେ ମୁଖ୍ୟମନ୍ତ୍ରୀଙ୍କୁ ପରାସ୍ତ କରିଛନ୍ତି। ଲକ୍ଷ୍ମଣ ବାଗ ୯୦,୫୯୦୪ ଖଣ୍ଡ ଭୋଟ୍ ପାଇଥିବା ବେଳେ ମୁଖ୍ୟମନ୍ତ୍ରୀ ୭୪,୨୭୩ ଖଣ୍ଡ ଭୋଟ୍ ପାଇଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ୨୬,୭୪୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତ।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନିଜର ପାରମ୍ପରିକ ସିଟ୍ ହିଞ୍ଜିଳିରୁ ୪୬୪୯ ଖଣ୍ଡ ଭୋଟରେ ଜିତିଛନ୍ତି।ସେ ଭାଜପାର ଶିଶିର କୁମାର ମିଶ୍ରଙ୍କୁ ପରାସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ୬୬,୩୫୮ ଖଣ୍ଡ ଭୋଟ୍ ପାଇଥିବା ବେଳେ ଶିଶିର କୁମାର ମିଶ୍ର ୬୧,୭୦୯ ଖଣ୍ଡ ଭୋଟ୍ ପାଇଛନ୍ତି।
The post ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ appeared first on Dharitri Odia News.