ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍
ଭୁବନେଶ୍ୱର,୨୪।୬: ଲକ୍ଷ୍ମୀ ବସ୍ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ ନାମରେ ହେଉ ପଛେ ଲୋକଙ୍କୁ ବସ୍ ସେବା ଦିଆଯିବ। ରାଜ୍ୟରେ ଅଧିକରୁ ଅଧିକ ଇଲେକ୍ଟ୍ରିକ ବସ୍ ଚାଲିବ। ଲୋକଙ୍କୁ ଅଧିକ ବସ୍ ସେବା ପାଇଁ ପ୍ରାରମ୍ଭିକ ଭାବେ ୧୦୦ ବସ କିଣାଯିବ। ରଥଯାତ୍ରାରେ ପ୍ରତି […] The post ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍ appeared first on Dharitri Odia News.
ଭୁବନେଶ୍ୱର,୨୪।୬: ଲକ୍ଷ୍ମୀ ବସ୍ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ ନାମରେ ହେଉ ପଛେ ଲୋକଙ୍କୁ ବସ୍ ସେବା ଦିଆଯିବ।
ରାଜ୍ୟରେ ଅଧିକରୁ ଅଧିକ ଇଲେକ୍ଟ୍ରିକ ବସ୍ ଚାଲିବ। ଲୋକଙ୍କୁ ଅଧିକ ବସ୍ ସେବା ପାଇଁ ପ୍ରାରମ୍ଭିକ ଭାବେ ୧୦୦ ବସ କିଣାଯିବ। ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ OSRTC ବସ୍। ସମସ୍ତ ୩୧୪ ବ୍ଲକରୁ ପୁରୀକୁ ବସ୍ ଚାଲିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି।
ଏଥିସହ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ବସ୍ ସେବା ଆରମ୍ଭ ହେବ। ଅଯୋଧ୍ୟା, ତିରୁପତି, ମହାକାଳେଶ୍ୱର, ବାରାଣସୀ ଓ ବୃନ୍ଦାବନକୁ ବସ ଗଡ଼ିବ। ପୁରୀ, ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲା ଭଳି ପ୍ରମୁଖ ସ୍ଥଳରୁ ଚାଲିବ।
The post ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍ appeared first on Dharitri Odia News.