ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର, ୧୦ ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
ମୟୁରଭଞ୍ଜ : ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର । ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ପ୍ରଥମ ଥର ପାଇଁ ଜଙ୍ଗଲ ସଫାରୀର ମଜା ନେବେ ପର୍ଯ୍ୟଟକ । ଖୋଲା ଜିପରେ ବସି କୋର ଅଞ୍ଚଳ ବୁଲିବା ସହ ବନ୍ୟଜନ୍ତୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ । ପ୍ରତି ବର୍ଷ ନଭେମ୍ୱର ୧ରୁ ଅଭୟାରଣ୍ୟ ଖୋଲୁଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୧୦ ତାରିଖରୁ ଖୋଲୁଛି ଶିମିଳିପାଳ ଅଭୟାରଣ୍ୟ । ପାର୍ବଣ ଋତୁକୁ ଦୃଷ୍ଟିରେ […] The post ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର, ୧୦ ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ appeared first on KNews Odisha.

ମୟୁରଭଞ୍ଜ : ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର । ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ପ୍ରଥମ ଥର ପାଇଁ ଜଙ୍ଗଲ ସଫାରୀର ମଜା ନେବେ ପର୍ଯ୍ୟଟକ । ଖୋଲା ଜିପରେ ବସି କୋର ଅଞ୍ଚଳ ବୁଲିବା ସହ ବନ୍ୟଜନ୍ତୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ ।
ପ୍ରତି ବର୍ଷ ନଭେମ୍ୱର ୧ରୁ ଅଭୟାରଣ୍ୟ ଖୋଲୁଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୧୦ ତାରିଖରୁ ଖୋଲୁଛି ଶିମିଳିପାଳ ଅଭୟାରଣ୍ୟ । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଅଧିକ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବା ଉଦ୍ଦେଶ୍ୟରେ ଦୁର୍ଗା ପୂଜା ପୂର୍ବରୁ ଶିମିଳିପାଳ ଖୋଲୁଥିବା କହିଛନ୍ତି ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ।
ପ୍ରବେଶ ନିମନ୍ତେ ଅନୁମତି ପତ୍ର କେବଳ ବାରିପଦା ପିଠାବଟା ଓ ଯଶିପୁର କାଣିଆଣି ବୁକିଂ କାଉଣ୍ଟରରୁ ସକାଳ ୬ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ମିଳିପାରିବ । ପର୍ଯ୍ୟଟକମାନେ କେବଳ ପିଠାବଟା ଓ ଯଶିପୁରର କାଳିଆଣି ଦେଇ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିପାରିବେ ।
ଦୈନିକ ସର୍ବାଧିକ ୨୫ଟି ଗାଡ଼ି ପିଠାବଟା ତନଖି ଫାଟକ ଦେଇ ପ୍ରବେଶ କରିବ । ଯଶିପୁରର କାଳିଆଣି ତନଖି ଫାଟକ ମଧ୍ୟଦେଇ ୩୫ଟି ଗାଡ଼ି ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିବ । ବର୍ଷା ଋତୁ ପାଇଁ ଜୁନ ୩୦ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା ।
The post ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର, ୧୦ ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ appeared first on KNews Odisha.