ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସାଇକେଲ ଆରୋହୀଙ୍କ ଉପରେ ଚଢିଗଲା ଟ୍ରକ

ଭୁବନେଶ୍ୱର: ପଳାଶୁଣି ଛକ ନେଲା ଆଉ ଜଣକ ମୁଣ୍ଡ । ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ରାସ୍ତା ପାରି ହେବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍ । ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ମୃତକଙ୍କର ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ଶନିବାର ବିଳମ୍ବିତ ରାତିରେ ଜଣେ […]

ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସାଇକେଲ ଆରୋହୀଙ୍କ ଉପରେ ଚଢିଗଲା ଟ୍ରକ
Road Accident

ଭୁବନେଶ୍ୱର: ପଳାଶୁଣି ଛକ ନେଲା ଆଉ ଜଣକ ମୁଣ୍ଡ । ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ରାସ୍ତା ପାରି ହେବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍ । ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ମୃତକଙ୍କର ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ସାଇକେଲରେ ଆସୁଥିବା ବେଳେ ତାଙ୍କୁ ଏକ ଟ୍ରକ ଧକା ଦେବା ଫଳରେ ସେ ତଳେ ପଡିଯାଇଥିଲେ । ଏହି ସମୟରେ ପଛରୁ ଆସୁଥିବା ଆଉ ଏକ ଟ୍ରକ ଚଢି ଯିବାରୁ ତାଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଖବର ପାଇ ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ସେପଟେ ବାରମ୍ୱାର ପଳାଶୁଣି ଛକରେ ଅଘଟଣ ଘଟୁଛି । ଯେତେ ସତର୍କତା ଅବଲମ୍ୱନ କଲେ ବି ଗୋଟେ ପରେ ଗୋଟେ ମୁଣ୍ଡ ଯାଉଛି । ପୂର୍ବରୁ ମଧ୍ୟ ପଳାଶୁଣି ଛକ ଉପରେ ଅନେକ ମୁଣ୍ଡ ଗଡିଛି ।