ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ, ଆଗାମୀ ୫ ଦିନ ପାଇଁ ସତର୍କତା ଜାରି
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଡକୁ ଗତି କରିବା ସହ... The post ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ, ଆଗାମୀ ୫ ଦିନ ପାଇଁ ସତର୍କତା ଜାରି appeared first on .
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଡକୁ ଗତି କରିବା ସହ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା ରହିଛି।
ଆଗାମୀ ୫ ଦିନ ପାଇଁ ବର୍ଷା ସତର୍କତା ଜାରି କରାଯାଇଛି । ଦିନେ ଦୁଇ ଦିନରେ ମୌସୁମୀ ଓଡିଶା ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଚଳିତ ବର୍ଷ ୧୭ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଆସୁଛି। ରାଜ୍ଯରେ ଏବେ ଜାରି ରହିଛି ପ୍ରାକ ମୌସୁମୀ ବର୍ଷା। ପ୍ରବଳ ବର୍ଷା ପାଇଁ କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି ।
The post ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ, ଆଗାମୀ ୫ ଦିନ ପାଇଁ ସତର୍କତା ଜାରି appeared first on .