ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ଆଜି ସକାଳେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ […] The post ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ appeared first on Dharitri Odia News.

ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ।

ସୂଚନାଯୋଗ୍ୟ, ଆଜି ସକାଳେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କର ମୃତ୍ୟୁ ଘଟିଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

The post ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ appeared first on Dharitri Odia News.