ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ୫ ମୃତ, ମୃତ୍ୟୁସଂଖ୍ୟା ବୃଦ୍ଧି ଆଶଙ୍କା

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ଏହି ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦା ଯାଉଥିଲା। ଏତିକି ବେଳେ ଦ୍ରୁତ ଗତିରେ ଆସି […] The post ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ୫ ମୃତ, ମୃତ୍ୟୁସଂଖ୍ୟା ବୃଦ୍ଧି ଆଶଙ୍କା appeared first on Dharitri Odia News.

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ୫ ମୃତ, ମୃତ୍ୟୁସଂଖ୍ୟା ବୃଦ୍ଧି ଆଶଙ୍କା

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ଏହି ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦା ଯାଉଥିଲା। ଏତିକି ବେଳେ ଦ୍ରୁତ ଗତିରେ ଆସି ମାଲବାହୀ ଟ୍ରେନ୍‌ ଟ୍ରାକ୍‌ରେ ଠିଆ ହୋଇଥିବା ଏକ୍ସପ୍ରେସକୁ ପଛପଟୁ ଧକ୍କା ଦେଇଥିଲା। ଏଥିରେ ଦୁଇଟି ପାସେଞ୍ଜର ଓ ଗୋଟିଏ ପାର୍ସଲ ବଗି ଭୟଙ୍କର କ୍ଷତିଗ୍ରସ୍ତ ହୋଇଛି।

ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌ ଏବଂ ୧୫ଟି ଆମ୍ବୁଲାନ୍ସ ପହଞ୍ଚିଛି। ଦୁର୍ଘଟଣା ପରେ ଏକ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ରେଳ ମନ୍ତ୍ରଣାଳୟ ଦୁର୍ଘଟଣା ଉପରେ ନିରନ୍ତର ନଜର ରଖିଛି। ମମତା ବାନାର୍ଜୀ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ଦୁର୍ଘଟଣା ହେତୁ ଅଗରତାଲା-କୋଲକାତା ରେଳ ମାର୍ଗ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି।

The post ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ୫ ମୃତ, ମୃତ୍ୟୁସଂଖ୍ୟା ବୃଦ୍ଧି ଆଶଙ୍କା appeared first on Dharitri Odia News.