ପଶ୍ଚିମବଙ୍ଗ ସିଏମ୍‌ଙ୍କ ସହ କଥା ହେଲେ ଓଡିଶା ମୁଖ୍ୟମନ୍ତ୍ରୀ, ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ କଲେ ଅନୁରୋଧ

ଭୁବନେଶ୍ୱର ୧୧।୦୮ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ଓଡିଶା ମୁଖ୍ୟମନ୍ତ୍ରୀ । ଓଡିଶାକୁ ଆଳୁ ଯୋଗାଣ ସ୍ୱାଭାବିକ କରିବାକୁ ଫୋନ୍‌ରେ ହୋଇଥିବା କଥାରେ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଟେଲିଫୋନ ଯୋଗେ ମମତା ବାନାର୍ଜୀଙ୍କ ସହିତ ଆଲୋଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ। ସେପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଆଲୋଚନା ପରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ପଶ୍ଚିମବଙ୍ଗ ସିଏମ୍‌ଙ୍କ ସହ କଥା ହେଲେ ଓଡିଶା ମୁଖ୍ୟମନ୍ତ୍ରୀ, ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ କଲେ ଅନୁରୋଧ

ଭୁବନେଶ୍ୱର ୧୧।୦୮ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ଓଡିଶା ମୁଖ୍ୟମନ୍ତ୍ରୀ । ଓଡିଶାକୁ ଆଳୁ ଯୋଗାଣ ସ୍ୱାଭାବିକ କରିବାକୁ ଫୋନ୍‌ରେ ହୋଇଥିବା କଥାରେ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଟେଲିଫୋନ ଯୋଗେ ମମତା ବାନାର୍ଜୀଙ୍କ ସହିତ ଆଲୋଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ। ସେପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଆଲୋଚନା ପରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।