ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ବାଭାବିକ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ନନ୍ଦିଘୋଷ ବ୍ୟୁରୋ: ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ବାଭାବିକ ହୋଇଛି । ଏନେଇ ସୂଚନା ଦେଇଛନ୍ତି ମୁଖ୍ଯମନ୍ତ୍ରୀ ମୋହନ... The post ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ବାଭାବିକ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ appeared first on .

ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ବାଭାବିକ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ନନ୍ଦିଘୋଷ ବ୍ୟୁରୋ: ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ବାଭାବିକ ହୋଇଛି । ଏନେଇ ସୂଚନା ଦେଇଛନ୍ତି ମୁଖ୍ଯମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ଯମନ୍ତ୍ରୀ ଟୁଇଟ କରି କହିଛନ୍ତି. ରାଜ୍ଯରେ ଦେଖାଦେଇଥିବା ଆଳୁ ଯୋଗାଣ ସମସ୍ଯା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ଆଲୋଚନା କରିଛି । ବର୍ତ୍ତମାନ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ଵାଭାବିକ ହୋଇଛି । ଏହି ଅସ୍ଥାୟୀ ସମସ୍ଯାର ସମାଧାନ ପାଇଁ ଯୋଗାଣ ମନ୍ତ୍ରୀ ଗୋଦାମରେ ସ୍ଥିତିର ସମୀକ୍ଷା କରିବା ସହ ସ୍ଥିତି ପରଖିଛନ୍ତି। ଆଳୁ ଦର ନିୟନ୍ତ୍ରଣ ଏବଂ ଯୋଗାଣ ସମସ୍ଯାର ଯଥାଶୀଘ୍ର ସମାଧାନ ପାଇଁ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି ।

The post ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ବାଭାବିକ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ appeared first on .