ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା:ଏସବୁ ଜିଲାରେ ବର୍ଷିବ
ଭୁବନେଶ୍ୱର,୩୦ା୧୨(ଅନୁରାଧା ମହାରଣା):ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ସୋମବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ବଲାଙ୍ଗୀର ଓ ନବରଙ୍ଗପୁରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପରେ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ଘନ କୁହୁଡ଼ି ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। […] The post ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା:ଏସବୁ ଜିଲାରେ ବର୍ଷିବ appeared first on Dharitri Odia News.
ଭୁବନେଶ୍ୱର,୩୦ା୧୨(ଅନୁରାଧା ମହାରଣା):ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ସୋମବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ବଲାଙ୍ଗୀର ଓ ନବରଙ୍ଗପୁରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପରେ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ଘନ କୁହୁଡ଼ି ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଆଦି ଜିଲାରେ ମଧ୍ୟ ହାଲୁକା କୁହୁଡ଼ି ଦେଖାଯାଇପାରେ। ସେହିଭଳି ୩୧ ତାରିଖରେ ବିଭିନ୍ନ ସ୍ଥାନରେ କୁହୁଡ଼ିର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
The post ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା:ଏସବୁ ଜିଲାରେ ବର୍ଷିବ appeared first on Dharitri Odia News.