ପହଲଗାମ ପରେ ଟାର୍ଗେଟ୍ରେ ଉରି: ଆତଙ୍କବାଦୀ ନିପାତ
ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଦୁଇ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଏହି ଆତଙ୍କବାଦୀମାନଙ୍କଠାରୁ ଦୁଇଟି AK47 ରାଇଫଲ ଏବଂ IED ଜବତ କରାଯାଇଛି। ମଙ୍ଗଳବାର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା। ଏବେ NIA ଟିମ ଜମ୍ମୁ କଶ୍ମୀରରେ ପହଞ୍ଚିଛି। ସେନା ମଧ୍ୟ ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଦୁଇ […] The post ପହଲଗାମ ପରେ ଟାର୍ଗେଟ୍ରେ ଉରି: ଆତଙ୍କବାଦୀ ନିପାତ appeared first on Dharitri Odia News.
ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଦୁଇ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଏହି ଆତଙ୍କବାଦୀମାନଙ୍କଠାରୁ ଦୁଇଟି AK47 ରାଇଫଲ ଏବଂ IED ଜବତ କରାଯାଇଛି। ମଙ୍ଗଳବାର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା। ଏବେ NIA ଟିମ ଜମ୍ମୁ କଶ୍ମୀରରେ ପହଞ୍ଚିଛି। ସେନା ମଧ୍ୟ ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି।
ଦୁଇ ଜଣ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ସେନାର ସୈନିକମାନେ ଉପଯୁକ୍ତ ଜବାବ ଦେଇଥିଲେ ଏବଂ ଆତଙ୍କବାଦୀଙ୍କୁ ନିପାତ କରିଥିଲେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ସେନା ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ସକ୍ରିୟ ହୋଇ ଉଠିଛନ୍ତି ଏବଂ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କୁ ମଧ୍ୟ ଖୋଜୁଛନ୍ତି।
ସୂଚନାଯୋଗ୍ୟ, କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।
The post ପହଲଗାମ ପରେ ଟାର୍ଗେଟ୍ରେ ଉରି: ଆତଙ୍କବାଦୀ ନିପାତ appeared first on Dharitri Odia News.