ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ
ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ ହୋଇଛି। ପ୍ରଥମେ ଗାଁରୁ ବିଭିନ୍ନ ପ୍ରକାର ଶସ୍ୟ ସଂଗ୍ରହ କରି ନୂଆଁ ବାଉଁଶରେ ୭ଟି ଚାଙ୍ଗୁଡ଼ିରେ ନିକଟସ୍ଥ ନଦୀରୁ ବାଲି କଢାଯାଇଥିଲା। ପରେ ଗାଁରୁ ସଂଗୃହିତ ବିହନକୁ ଗଜା ହେବାପାଇଁ ବାଲି ଚାଙ୍ଗୁଡ଼ିରେ ପକାଯାଇଥିଲା। ସେହି ବାଲି ଗଜାକୁ ସାତଦିନ ପର୍ଯ୍ୟନ୍ତ ମନ୍ଦିର ପୂଜକ ପୂଜାର୍ଚ୍ଚନା କରିଥିଲେ ଓ ନିକଟସ୍ଥ […] The post ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ appeared first on Dharitri Odia News.
ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ ହୋଇଛି। ପ୍ରଥମେ ଗାଁରୁ ବିଭିନ୍ନ ପ୍ରକାର ଶସ୍ୟ ସଂଗ୍ରହ କରି ନୂଆଁ ବାଉଁଶରେ ୭ଟି ଚାଙ୍ଗୁଡ଼ିରେ ନିକଟସ୍ଥ ନଦୀରୁ ବାଲି କଢାଯାଇଥିଲା। ପରେ ଗାଁରୁ ସଂଗୃହିତ ବିହନକୁ ଗଜା ହେବାପାଇଁ ବାଲି ଚାଙ୍ଗୁଡ଼ିରେ ପକାଯାଇଥିଲା। ସେହି ବାଲି ଗଜାକୁ ସାତଦିନ ପର୍ଯ୍ୟନ୍ତ ମନ୍ଦିର ପୂଜକ ପୂଜାର୍ଚ୍ଚନା କରିଥିଲେ ଓ ନିକଟସ୍ଥ ତାଦିଶୋରୁ ଜଙ୍ଗଲକୁ ଯାଇ ବେଲକଣ୍ଟା ଆଣି ପୂଜକମାନେ ଝାମେର ଦୋଳି ପ୍ରସ୍ତୁତ କରିଥିଲେ। ଯାତ୍ରା ଦିନ ବେଲକଣ୍ଟା ଦୋଳିରେ ବସି ଭକ୍ତଙ୍କୁ ଦର୍ଶନ ଦେଇଥିବା ବେଳେ ପାଟଖଣ୍ଡା ବୁଢାରଜା କାଳେସୀ ରଡ ନିଆଁ ଉପରେ ଚାଲିବା ଦୃଶ୍ୟ ସମସ୍ତଙ୍କୁ ବିମୋହିତ କରିଥିଲା। ଏହି ସମୟରେ ବାଜା, ଘୁମୁରା ଓ କୀର୍ତ୍ତନର ଶବ୍ଦ ଗୁଞ୍ଜରି ଉଠୁଥିଲା। ଯାତ୍ରା ସରିଲା ପରେ ମାନସିକ କରିଥିବା ଲୋକଙ୍କ ଦ୍ୱାରା କୁକୁଡା, ପାରା, ବତକ, ଛେଳି ଆଦି ବଳି ଦିଆଯାଇଥିଲା। ମୁଖ୍ୟ ପୂଜକ ବାନ ମାଝୀ, ଉଆଁସୁ ହରିଜନ, ବାହୁକ ବିଟୁ ମାଝୀ, ବୁଡାରଜା ସାଂସ୍କୃତିକ ଅନୁଷ୍ଠାନ ସଦସ୍ୟ ରାମଚନ୍ଦ୍ର ମାଝୀ, ବିଜୟ ମାଝୀ, ପ୍ରଦୀପ ମାଝୀ ପ୍ରମୁଖ ସହଯୋଗ କରିଥିଲେ।
The post ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ appeared first on Dharitri Odia News.