ପାଟଣାଗଡ଼ ପାର୍ସଲ ବୋମା ଘଟଣା, ୪ ସପ୍ତାହରେ ଶୁଣାଣି ଶେଷ ପାଇଁ ନିର୍ଦ୍ଦେଶ
ପାଟଣାଗଡ଼:ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା । ଏହି ମାମଲାରେ ହସ୍ତକ୍ଷେପ କରିଛନ୍ତି ସୁପ୍ରିକୋର୍ଟ । ୪ ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ପୂର୍ବରୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ । ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ । ସୂଚନା ଅନୁସାରେ, ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ […]

ପାଟଣାଗଡ଼:ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା । ଏହି ମାମଲାରେ ହସ୍ତକ୍ଷେପ କରିଛନ୍ତି ସୁପ୍ରିକୋର୍ଟ । ୪ ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଏହା ପୂର୍ବରୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ । ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ସୂଚନା ଅନୁସାରେ, ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା । ସୌମ୍ୟଶେଖର ସାହୁ ଓ ରିମା ସାହୁଙ୍କ ବାହାଘରର ଗିଫ୍ଟ ଖୋଲିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ନବବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ନବବଧୂ ରିମା ସାହୁ ଗୁରୁତର ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସିତ ହୋଇଥିଲେ।