ପାଣିପାଗ ବିଭାଗର ବଡ଼ ଅପଡେଟ୍‌: ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୦।୫: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁ ସାରିଥିବା ବେଳେ ୪ରୁ ୫ ଦିନ ଭିତରେ କେରଳ ଛୁଇଁପାରେ ବୋଲି ମଙ୍ଗଳବାର ଭାରତ ପାଣିପାଗ ବିଭାଗ ପକ୍ଷରୁ ଏକ ବଡ଼ ଅପଡେଟ୍‌ ସାମ୍‌ନାକୁ ଆସିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ସଅଳ କେରଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୨୭ରେ କେରଳ ଛୁଇଁବ। […] The post ପାଣିପାଗ ବିଭାଗର ବଡ଼ ଅପଡେଟ୍‌: ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ appeared first on Dharitri Odia News.

ପାଣିପାଗ ବିଭାଗର ବଡ଼ ଅପଡେଟ୍‌: ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୦।୫: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁ ସାରିଥିବା ବେଳେ ୪ରୁ ୫ ଦିନ ଭିତରେ କେରଳ ଛୁଇଁପାରେ ବୋଲି ମଙ୍ଗଳବାର ଭାରତ ପାଣିପାଗ ବିଭାଗ ପକ୍ଷରୁ ଏକ ବଡ଼ ଅପଡେଟ୍‌ ସାମ୍‌ନାକୁ ଆସିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ସଅଳ କେରଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୨୭ରେ କେରଳ ଛୁଇଁବ। ସାଧାରଣତଃ ମୌସୁମୀ ବାୟୁ ଜୁନରେ କେରଳ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଯଦି ମୌସୁମୀବାୟୁ ୨୭ ପୂର୍ବରୁ କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ। ୨୦୦୯ରେ ମୌସୁମୀ ୨୩ ମେ’ରେ କେରଳରେ ପହଞ୍ଚି ଥିଲା।

ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ ୧ରେ କେରଳରେ ପହଞ୍ଚିବା ପରେ ସାରା ଭାରତରେ ବର୍ଷା ହୋଇଯାଇଥାଏ। ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବରରେ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ମୌସୁମୀ ଫେରିଯାଇ ବୋଲି ଆକଳନ ରହିଛି।

The post ପାଣିପାଗ ବିଭାଗର ବଡ଼ ଅପଡେଟ୍‌: ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ appeared first on Dharitri Odia News.