ପାଣ୍ଡିଆନ ଓ ବିଜେଡିକୁ ନେଇ ଖବର ପ୍ରତିକ୍ରିୟାରେ ନବୀନଙ୍କ ପୋଷ୍ଟ, କହିଲେ ଖବର ମିଥ୍ୟା, ଉଦ୍ଦେଶ୍ୟ ପ୍ରଣୋଦିତ
ଭୁବନେଶ୍ବର ୨୨/୭: ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଇଂରାଜୀ ଖବରକାଗଜରେ ପାଣ୍ଡିଆନ ଓ ବିଜେଡିକୁ ନେଇ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ନବୀନ । ପାଣ୍ଡିଆନ ବିଜେଡି ଭାଙ୍ଗିବାକୁ ଦିଲ୍ଲୀରେ ଡେରା ପକାଇଥିବା ନେଇ ବାହାରିଥିଲା ଖବର । ଖବର ପ୍ରକାଶ ପାଇବା ପରେ ମୁହଁ ଖୋଲିଛନ୍ତି ନବୀନ । ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ପୋଷ୍ଟ ସେୟାର କରି ନବୀନ କହିଛନ୍ତି ଏହା ସମ୍ପୂର୍ଣ୍ଣ ମିଛ, ଉଦେଶ୍ୟ ପ୍ରଣୋଦିତ ଏବଂ ମାନହାନି କଲାଭଳି ଖବର। ପାଣ୍ଡିଆନ ନିଜର ଦକ୍ଷତା, ନିଷ୍ଠା, ସମର୍ପଣ ଭାବନା ନେଇ ଉଭୟ ରାଜ୍ୟ ଓ ଦଳ ପାଇଁ କାମ କରିଛନ୍ତି। ଏହି ସେବା ମନୋବୃତ୍ତି ପାଇଁ ପାଣ୍ଡିଆନ ଜଣାଶୁଣା ବୋଲି ନବୀନ ନିଜ ଏକ୍ସ ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି। ଏହାପୂର୍ବରୁ ବିଜେଡିର ପରାଜୟ ପାଇଁ ପାଣ୍ଡିଆନଙ୍କୁ ଦାୟୀ କରାଯାଉଥିବା ବେଳେ ସାମ୍ନାକୁ ଆସି ନବୀନ କ୍ଲିନଚିଟ୍ ଦେଇଥିଲେ।