ପାରଳାଖେମୁଣ୍ଡି ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୫/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଆଜି ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ଅକ୍ଟୋବର ୨୮ ରିଖ ଠାରୁ ନଭେମ୍ବର ୩ ରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀ ଗଣେଶ ଚନ୍ଦ୍ର ପ୍ରଧାନ, ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ଖଣ୍ଡ ବ୍ରହ୍ମପୁର,ଅତିରିକ୍ତ ଜିଲ୍ଲାପାଳ […] The post ପାରଳାଖେମୁଣ୍ଡି ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ appeared first on Odisha.News.

ପାରଳାଖେମୁଣ୍ଡି ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୫/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଆଜି ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ଅକ୍ଟୋବର ୨୮ ରିଖ ଠାରୁ ନଭେମ୍ବର ୩ ରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀ ଗଣେଶ ଚନ୍ଦ୍ର ପ୍ରଧାନ, ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ଖଣ୍ଡ ବ୍ରହ୍ମପୁର,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ, ଡିଏସପି ଦୁର୍ନୀତି ନିବାରଣ ବିଭାଗ ଶ୍ରୀ ବାସୁଦେବ ରାଓ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଆୟୋଜିତ ଏହି ଆଭାସୀ ବୈଠକରେ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ କାର୍ଯ୍ୟସୂଚୀ ନେଇ ଜିଲ୍ଲା ଓ ବ୍ଲକ୍ ସ୍ତରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ସପ୍ତାହ ଆରମ୍ଭ ଦିନ ଅକ୍ଟୋବର ୨୮ ତାରିଖ ଦିବା ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭି.ସି. ଜରିଆରେ ଶପଥ ପାଠ କାର୍ଯ୍ୟକ୍ରମରେ ସମସ୍ତ ଅଧିକାରୀ, କର୍ମଚାରୀ, ଜନପ୍ରତିନିଧି ପ୍ରମୁଖ ସାମିଲ ହୋଇ ଶପଥ ପାଠ କରିବେ । ମିଶନ ଶକ୍ତି ବିଭାଗ ଦ୍ଵାରା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ନେଇ ଦୁର୍ନୀତି ନିବାରଣ ସଚେତନତାର ଏକ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସମସ୍ତ ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ଗ୍ରାମ ସଭା ଆୟୋଜନ କରି ସଚେତନତା କରିବାକୁ ନିଷ୍ପତ୍ତି ନେବା ସହ କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଜିଲ୍ଲାପାଳ କହିଛନ୍ତି। ଏହି ବୈଠକରେ ଡେପୁଟି କଲେକ୍ଟର ଶ୍ରୀ ପ୍ରାନକୃଷ୍ଣ ପାଣଗ୍ରାହୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ,ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିବା ବେଳେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଭାସୀ ବୈଠକରେ ଉପସ୍ଥିତ ଥିଲେ।

The post ପାରଳାଖେମୁଣ୍ଡି ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ appeared first on Odisha.News.