ପାର୍ସଲ ବୋମା ମାମଲାର ଶୁଣାଣି ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୯।୧: ବଲାଙ୍ଗୀର ପାଟଣାଗଡ଼ ପାର୍ସଲ ବୋମା ମାମଲାର ଶୁଣାଣି ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୪ ସପ୍ତାହ ମଧ୍ୟରେ ଶୁଣାଣି ଶେଷ କରିବାକୁ ଟ୍ରାଏଲ କୋର୍ଟଙ୍କୁ ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ। ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୁକ୍ତ ପୁଞ୍ଜିଲାଲ ମେହର ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣରେ ୨ […] The post ପାର୍ସଲ ବୋମା ମାମଲାର ଶୁଣାଣି ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ appeared first on Dharitri Odia News.

ପାର୍ସଲ ବୋମା ମାମଲାର ଶୁଣାଣି ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୯।୧: ବଲାଙ୍ଗୀର ପାଟଣାଗଡ଼ ପାର୍ସଲ ବୋମା ମାମଲାର ଶୁଣାଣି ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୪ ସପ୍ତାହ ମଧ୍ୟରେ ଶୁଣାଣି ଶେଷ କରିବାକୁ ଟ୍ରାଏଲ କୋର୍ଟଙ୍କୁ ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ। ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୁକ୍ତ ପୁଞ୍ଜିଲାଲ ମେହର ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣରେ ୨ ଜଣଙ୍କ ଜୀବନ ଯାଇଥିଲା।

୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ନବବଧୂ ରିମା ସାହୁ ଗୁରୁତର ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସିତ ହୋଇଥିଲେ। ବିବାହ ଉତ୍ସବର ୫ ଦିନ ପରେ ଉପହାର ପ୍ୟାକେଟ୍‌ ଜରିଆରେ ଏହି ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିବା ରାଜ୍ୟ ତଥା ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଘଟଣାରେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା ବଲାଙ୍ଗୀର, ପାଟଣାଗଡ, ରାୟପୁର ଅଞ୍ଚଳରେ ତଦନ୍ତ କରି ଭଇଁଷା କଲେଜ ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଘଟଣାର ମାଷ୍ଟରମାଇଣ୍ଡ ଓ ଅଭିଯୁକ୍ତ ଦର୍ଶାଇ ଗିରଫ କରିଥିଲେ।
ଭଇଁଷା କଲେଜରେ ମୃତ ସୌମ୍ୟଶେଖରଙ୍କ ମା’ ସଂଯୁକ୍ତା ସାହୁ ଅଧ୍ୟକ୍ଷା ଭାବେ କାମ କରୁଥିଲେ। ସଂଯୁକ୍ତାଙ୍କ ପ୍ରତି ପ୍ରତିଶୋଧପରାୟଣ ହୋଇ ପୁଞ୍ଜିଲାଲ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟାଇଥିଲେ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିଲା। ଏହି ଘଟଣାକୁ ନେଇ ‘ପାଟଣାଗଡ଼’ ଶୀର୍ଷକରେ ଏକ ଚଳଚ୍ଚିତ୍ର ନିର୍ମାଣ ହେଉଥିତ୍ବା ଜଣାପଡିବା ପରେ ଏହାକୁ ସୌଦାମିନୀ ବିରୋଧ କରିଥିଲେ। ପୁଞ୍ଜିଲାଲଙ୍କୁ ନିର୍ଦ୍ଦୋଷ କହି ତାଙ୍କୁ ଫସାଇ ଦେଇଥିବା ଅଭିଯୋଗ କରିଥିଲେ। ଏହାପରେ ‘ପାଟଣାଗଡ଼’ ଚଳଚ୍ଚିତ୍ରର ପ୍ରଯୋଜକ, ନିର୍ମାତା ଓ ନିର୍ଦ୍ଦେଶକ ଓ କଳାକାରଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଅରୁଣ ବୋଥ୍ରାଙ୍କ କାରଣରୁ ତାଙ୍କ ସ୍ବାମୀ ପୁଞ୍ଜିଲାଲ ଓ ପରିବାରର ମାନହାନି ହୋଇଥିବା ଦର୍ଶାଇ ତାଙ୍କୁ ଲିଗାଲ ନୋଟିସ ପ୍ରଦାନ କରିଥିତ୍ବା ଜଣାପଡିଛି। ସୌଦାମିନୀଙ୍କ ତରଫରୁ ସୁପ୍ରିମକୋର୍ଟ ଓକିଲ ସୌଫି ଶୁର୍‌ଲୀନ କୌର ଜାଗୀ ଅରୁଣ ବୋଥ୍ରାଙ୍କୁ ଗତ ଜାନୁୟାରୀ ୫ ତାରିଖରେ ନୋଟିସ ପଠାଇଥିବା ଜଣାପଡିଛି। ଏନେଇ ସୌଦାମିନୀଙ୍କ ଟୁଇଟର ଆକାଉଣ୍ଟରେ ସୂଚନା ଦିଆଯାଇଛି।

The post ପାର୍ସଲ ବୋମା ମାମଲାର ଶୁଣାଣି ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ appeared first on Dharitri Odia News.