ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ
ପଦ୍ମପୁର,୩୦ା୩(ପ୍ରଦୀପ୍ତ ଦାଶ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଅତିଥି ପରିଚୟ ପ୍ରଦାନ କରିବା ସହିତ ହିନ୍ଦୁ ନବବର୍ଷର ପୌରାଣିକ କଥାବସ୍ତୁ ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କଳ୍ପନାବତୀ ସାହୁ ଗୁରୁମା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷର ବିଶେଷତ୍ତ୍ୱ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସୁଷମା ମେହେର ଗୁରୁମା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସୁଶ୍ରୀ ମିନତୀ […] The post ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ appeared first on Dharitri Odia News.
ପଦ୍ମପୁର,୩୦ା୩(ପ୍ରଦୀପ୍ତ ଦାଶ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଅତିଥି ପରିଚୟ ପ୍ରଦାନ କରିବା ସହିତ ହିନ୍ଦୁ ନବବର୍ଷର ପୌରାଣିକ କଥାବସ୍ତୁ ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କଳ୍ପନାବତୀ ସାହୁ ଗୁରୁମା
ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷର ବିଶେଷତ୍ତ୍ୱ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସୁଷମା ମେହେର ଗୁରୁମା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସୁଶ୍ରୀ ମିନତୀ ପଟ୍ଟନାୟକ ଗୁରୁମା ଧନ୍ୟବାଦ ପ୍ରଦାନ କରିଥିଲେ। ସମସ୍ତ ଭଉଣୀ ଭାଇ, ଗୁରୁମା ଗୁରୁଜୀ,ସେବିକାସେବକମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସମାପ୍ତ ହୋଇଥିଲା।
The post ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ appeared first on Dharitri Odia News.