ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ
ମୋହନା,୨୯।୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କର୍ଚ୍ଚାବାଡ଼ି ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଡବା ଗାଁର ଅଜିତ ନାୟକ l ମିଳିଥିବା ସୂଚନା ମୁତାବକ, ଅଜିତ ମୋହନାରୁ କାମ ସାରି ଏକ ବାଇକ୍ ଯୋଗେ ଗାଁକୁ ଫେରୁଥିଲେ। କର୍ଚ୍ଚାବାଡ଼ି ନିକଟରେ ସାମ୍ନା ପଟୁ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଜିତଙ୍କ ମୃତ୍ୟୁ […] The post ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ appeared first on Dharitri Odia News.
ମୋହନା,୨୯।୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କର୍ଚ୍ଚାବାଡ଼ି ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଡବା ଗାଁର ଅଜିତ ନାୟକ l
ମିଳିଥିବା ସୂଚନା ମୁତାବକ, ଅଜିତ ମୋହନାରୁ କାମ ସାରି ଏକ ବାଇକ୍ ଯୋଗେ ଗାଁକୁ ଫେରୁଥିଲେ। କର୍ଚ୍ଚାବାଡ଼ି ନିକଟରେ ସାମ୍ନା ପଟୁ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଜିତଙ୍କ ମୃତ୍ୟୁ ଘଟିଥିଲା।
ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସହ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ୩୨୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
The post ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ appeared first on Dharitri Odia News.