ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିନ ୨ ଟା ୧୦ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧା ରାଜଭବନ ଯିବେ । ଅପରାହ୍ନ ସାଢ଼େ ୪ ଟାରେ ରାଜଭବନରୁ ବାହାରି ଜନତା ମଇଦାନକୁ ଯିବେ। […] The post ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍ ଫୋର୍ସ appeared first on Dharitri Odia News.
ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିନ ୨ ଟା ୧୦ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧା ରାଜଭବନ ଯିବେ । ଅପରାହ୍ନ ସାଢ଼େ ୪ ଟାରେ ରାଜଭବନରୁ ବାହାରି ଜନତା ମଇଦାନକୁ ଯିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଶପଥ ସମାରୋହରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ମୋଟ୍ ୬୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳ ସମ୍ପୂର୍ଣ୍ଣ ସଭାସ୍ଥଳକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି।ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସମେତ ୧୩ ଜଣ ଡିସିପି ର଼୍ୟାଙ୍କର ଅଧିକାରୀ, ୧୮ ଜଣ ଅତିରିକ୍ତ ଡିସିପି, ୫୮ ଜଣ ଏସିପି, ୯୪ ଜଣ ଇନ୍ସପେକ୍ଟର, ୩୧୨ ଜଣ ଏସ୍ଆଇ/ଏଏସ୍ଆଇ ଦାୟିତ୍ୱରେ ରହିଛନ୍ତି। ଅନ୍ୟପକ୍ଷରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବା ପାଇଁ ୩ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ (ଏସ୍ଟିୟୁ) ମୁତୟନ କରାଯାଇଛି। ଏଥିସହ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ଗୋଟିଏ ଓଡ୍ରାଫ୍ ଟିମ୍ ମଧ୍ୟ ଦାୟିତ୍ୱରେ ରହିଛନ୍ତି। ବ୍ଲ୍ୟୁ ବୁକ୍ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଥିବାବେଳେ ରୁଟ ଲାଇନ୍ ଓ ଜନତା ମଇଦାନର ଡଗ୍ ସ୍କ୍ବାଡ୍ ଦ୍ୱାରା ନିୟମିତ ଯାଞ୍ଚ ଜାରି ରହିଛି। ଭୁବନେଶ୍ୱରରେ ବିଭିନ୍ନ ହୋଟେଲରେ ମଧ୍ୟ ଯାଞ୍ଚ ସହ ନାଇଟ୍ ବ୍ଲକିଂ ଓ ଚେକିଂ ଜାରି ରହିଥିବା ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।
The post ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍ ଫୋର୍ସ appeared first on Dharitri Odia News.