ପୁଣି ଆସୁଛି ବଡ଼ ବର୍ଷା ! ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ...

ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି । ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାଣ୍ଣିଂ ଜାରି ହୋଇଛି । 

ପୁଣି ଆସୁଛି ବଡ଼ ବର୍ଷା ! ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ...

ବଦଳିଲା ପାଗର ମିଜାଜ୍। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି। ବଲାଙ୍ଗିର, ନୂଆପଡ଼ା ଏବଂ ବରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଫଳରେ ତାତିରୁ ଆଶ୍ବସ୍ତ ହୋଇଛନ୍ତି ବଲାଙ୍ଗିର ସହର ବାସୀ।

ସେହିପରି ନୂଆପଡ଼ାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। କୋମନା ବ୍ଲକର ଅନେକ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। କୁଆପଥର ମାଡ଼ରେ ପନିପରିବା ଚାଷ ଓ ଧାନ ଫସଳ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ବରଗଡ଼ ଜିଲ୍ଲାରେ କୋହଳା ପାଗ ଶହ ଲାଗି ଝିପିଝିପି ବର୍ଷା ହୋଇଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । 

ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେଇଭଳି ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।