ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ

ପୁରୀ,୧୯ା୧: ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ପୁଣି ଭାଇରାଲ ହୋଇଛି। ଗରୁଡ଼ ସ୍ତମ୍ଭ ପାଖରୁ ଗର୍ଭ ଗୃହର ଫଟୋ ଏବଂ କୀର୍ତ୍ତନ ଚକଡ଼ାର ଫଟୋ ଉଠାଯାଇ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି। ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ଭକ୍ତ ଉଠାଇଥିବା ଫଟୋକୁ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଯାହାକୁ ନେଇ ଭକ୍ତଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ବି ଶ୍ରୀମନ୍ଦିର ଏବଂ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷାଗାଇଡ ଲାଇନକୁ ନ ମାନି ଶ୍ରୀମନ୍ଦିର […] The post ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ appeared first on Dharitri Odia News.

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ

ପୁରୀ,୧୯ା୧: ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ପୁଣି ଭାଇରାଲ ହୋଇଛି। ଗରୁଡ଼ ସ୍ତମ୍ଭ ପାଖରୁ ଗର୍ଭ ଗୃହର ଫଟୋ ଏବଂ କୀର୍ତ୍ତନ ଚକଡ଼ାର ଫଟୋ ଉଠାଯାଇ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି। ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ଭକ୍ତ ଉଠାଇଥିବା ଫଟୋକୁ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଯାହାକୁ ନେଇ ଭକ୍ତଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ବି ଶ୍ରୀମନ୍ଦିର ଏବଂ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷାଗାଇଡ ଲାଇନକୁ ନ ମାନି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଓ ଗର୍ଭଗୃହର ଫଟୋ ଭାଇରାଲ୍ଇ ହୋଇଛି।

ପଶ୍ଚିମବଙ୍ଗର ୟୁଟ୍ୟୁବର ଅନିମେଶ ଚକ୍ରବର୍ତ୍ତୀ ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇ କ୍ଷମା ମାଗିଥିଲେ। ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇ ଏଭଳି ଭିଡିଓ ଉତ୍ତୋଳନ ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଥିଲା।  ଏହା ଶ୍ରୀମନ୍ଦିର ପୋଲିସ ଓ ସୁରକ୍ଷାକର୍ମୀଙ୍କ ଭୂମିକା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା।

The post ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ appeared first on Dharitri Odia News.