ପୁଣି ମେଣ୍ଡୁଲିଙ୍କ ଆସିଲା ଭିଡିଓ, ଏଥର ସାଂଘାତିକ ବୟାନ
ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘରେ ଅଭ୍ୟନ୍ତରୀଣ ବିବାଦ ଏବେ ଚର୍ଚ୍ଚାର ବିଷୟ ହୋଇଛି। ସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ନେତୃତ୍ୱକୁ ନେଇ ଅନେକ ଡ୍ରାଇଭର ଅସନ୍ତୋଷ ପ୍ରକାଶ କରିଥିବା ବେଳେ, ଏହି ବିବାଦ ଏକ ନୂଆ ମୋଡ଼ ନେଇଛି। ମେଣ୍ଡୁଲିଙ୍କ ବିରୋଧରେ ମିନି ଟ୍ରକ ମାଲିକ ସଂଘ ଭୁବନେଶ୍ୱର ମଞ୍ଚେଶ୍ୱର ଥାନାରେ ଏକ ଅଭିଯୋଗ ଦାୟର କରିଛନ୍ତି, ଯେଉଁଥିରେ ସେ ଅଗଣତାନ୍ତ୍ରିକ ପଦ୍ଧତିରେ ହକ ମାଗୁଥିବା ଏବଂ ଡ୍ରାଇଭର ଓ ମାଲିକମାନଙ୍କୁ ଅପମାନିତ କରୁଥିବା ଅଭିଯୋଗ ହୋଇଛି। […] The post ପୁଣି ମେଣ୍ଡୁଲିଙ୍କ ଆସିଲା ଭିଡିଓ, ଏଥର ସାଂଘାତିକ ବୟାନ appeared first on Dharitri Odia News.
ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘରେ ଅଭ୍ୟନ୍ତରୀଣ ବିବାଦ ଏବେ ଚର୍ଚ୍ଚାର ବିଷୟ ହୋଇଛି। ସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ନେତୃତ୍ୱକୁ ନେଇ ଅନେକ ଡ୍ରାଇଭର ଅସନ୍ତୋଷ ପ୍ରକାଶ କରିଥିବା ବେଳେ, ଏହି ବିବାଦ ଏକ ନୂଆ ମୋଡ଼ ନେଇଛି। ମେଣ୍ଡୁଲିଙ୍କ ବିରୋଧରେ ମିନି ଟ୍ରକ ମାଲିକ ସଂଘ ଭୁବନେଶ୍ୱର ମଞ୍ଚେଶ୍ୱର ଥାନାରେ ଏକ ଅଭିଯୋଗ ଦାୟର କରିଛନ୍ତି, ଯେଉଁଥିରେ ସେ ଅଗଣତାନ୍ତ୍ରିକ ପଦ୍ଧତିରେ ହକ ମାଗୁଥିବା ଏବଂ ଡ୍ରାଇଭର ଓ ମାଲିକମାନଙ୍କୁ ଅପମାନିତ କରୁଥିବା ଅଭିଯୋଗ ହୋଇଛି।
ଏହି ଘଟଣାକୁ ନେଇ ପ୍ରଶାନ୍ତ ମେଣ୍ଡୁଲି ଏକ ଭାବପ୍ରବଣ ଭିଡିଓ ଜାରି କରି ନିଜର ପ୍ରତିକ୍ରିୟା ରଖିଛନ୍ତି। ଡ୍ରାଇଭର ସଂଘରେ ଫାଟ ନେଇ ଭିଡିଓ କରି ସେ କାନ୍ଦି କାନ୍ଦି କହିଛନ୍ତି, ଡ୍ରାଇଭର୍ ଭାଇମାନେ ବିଚାର କରନ୍ତୁ, ଏ ସମୟ ଆଉ ପାଇବନି। ଯେଉଁ ଭାଇମାନେ ମାଲିକଙ୍କୁ ଚାହୁଁଛନ୍ତି, ମହାସଂଘ ଛାଡ଼ି ଦିଅନ୍ତୁ। ଯେଉଁ ଭାଇମାନେ ଗାଡ଼ି ଚଲାଇବେ ସମସ୍ତଙ୍କ ଫଟୋ ଉଠାଯିବ। ଯେଉଁମାନେ ସଂଘକୁ ପଇସା ଦେଇଛନ୍ତି ତାକୁ ବି ଫେରେଇ ଦେବୁ। ଟଙ୍କା ଫେରେଇ ଦେବୁ କିନ୍ତୁ ସଦସ୍ୟ ଭାବେ ରଖିବୁ ନାହିଁ। ଭାଇମାନେ ଧର୍ଯ୍ୟ ରଖନ୍ତୁ, ଆମକୁ କେହି କିଛି କରିପାରିବେ ନାହିଁ। ଏକ ରହେଙ୍ଗେ ତୋ ସବ ସେଫ ରହେଙ୍ଗେ।
ସୂଚନାଥାଉ କି, ମେଣ୍ଡୁଲି ଡ୍ରାଭର ସଂଘଙ୍କୁ ଆହ୍ବନ ଦେଇ କହିଥିଲେ କି, ସରକାର ଯଦି ସେମାନଙ୍କ ସାତୋଟି ଦାବି ମଧ୍ୟରୁ ପାଞ୍ଚୋଟି ଦାବି ପୂରଣ ପାଇଁ ରାଜି ହୋଇଛନ୍ତି, କିନ୍ତୁ ଲିଖିତ ପ୍ରତିଶ୍ରୁତି ନ ମିଳିବା ଯାଏଁ ସଂଘ ଆନ୍ଦୋଳନ ବନ୍ଦ କରିବ ନାହିଁ। ସେ ରାଜ୍ୟର ୩୦ଟି ଜିଲ୍ଲାର ଡ୍ରାଇଭରମାନଙ୍କୁ ଏହି ଆନ୍ଦୋଳନରେ ସାମିଲ ହେବାକୁ ଅନୁରୋଧ କରିଥିଲେ।
ତେବେ, ସଂଘ ଭିତରେ ଅସନ୍ତୋଷ ବଢୁଥିବା ବେଳେ ଏକ ଗୋଷ୍ଠୀ ମେଣ୍ଡୁଲିଙ୍କ ନେତୃତ୍ୱ ବିରୋଧରେ ରୋଷ ପ୍ରକାଶ କରିଛନ୍ତି। ଏକ ବୈଠକରେ ମେଣ୍ଡୁଲିଙ୍କ ଅନୁପସ୍ଥିତିକୁ ନେଇ ମଧ୍ୟ ଚର୍ଚ୍ଚା ହୋଇଥିଲା। ଅନ୍ୟପକ୍ଷରେ, ମେଣ୍ଡୁଲି କହିଛନ୍ତି ଯେ ସେ ଲୋକଙ୍କୁ ହଇରାଣ କରିବାକୁ ଚାହୁଁନାହାନ୍ତି ଏବଂ ସରକାର ଶୀଘ୍ର ସେମାନଙ୍କ ଦାବି ପୂରଣ କଲେ ଆନ୍ଦୋଳନ ସମାପ୍ତ ହୋଇପାରେ।
The post ପୁଣି ମେଣ୍ଡୁଲିଙ୍କ ଆସିଲା ଭିଡିଓ, ଏଥର ସାଂଘାତିକ ବୟାନ appeared first on Dharitri Odia News.