ପୁଣି ହାତ ଖୋଲିଦେଲେ ନବୀନ, ୫ହଜାରରୁ ବଢି ହେଲା ୧୦ହଜାର

ଭୁବନେଶ୍ୱର,୧୩।୨(ଅସମାପିକା ସାହୁ): ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ରେ ସହାୟତା ରାଶି ୨ଗୁଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ […] The post ପୁଣି ହାତ ଖୋଲିଦେଲେ ନବୀନ, ୫ହଜାରରୁ ବଢି ହେଲା ୧୦ହଜାର appeared first on Dharitri Odia News.

ପୁଣି ହାତ ଖୋଲିଦେଲେ ନବୀନ, ୫ହଜାରରୁ ବଢି ହେଲା ୧୦ହଜାର

ଭୁବନେଶ୍ୱର,୧୩।୨(ଅସମାପିକା ସାହୁ): ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ରେ ସହାୟତା ରାଶି ୨ଗୁଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ୨୦ରୁ ୨୫ ମଧ୍ୟରେ ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ।

ସୂଚନାଥାଉ କି, ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା, ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୧୧ରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ। ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ(ଗର୍ଭାବସ୍ଥାର ୬ ମାସ ପରେ ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି।
୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ।
୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା’ଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

The post ପୁଣି ହାତ ଖୋଲିଦେଲେ ନବୀନ, ୫ହଜାରରୁ ବଢି ହେଲା ୧୦ହଜାର appeared first on Dharitri Odia News.