ପୁରୀ କଣାସ ସ୍ଥିତି ନେଇ ଉଦବେଗ ପ୍ରକାଶ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ନନ୍ଦିଘୋଷ ବ୍ୟୁରୋ: ପୁରୀ କଣାସ ସ୍ଥିତି ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ... The post ପୁରୀ କଣାସ ସ୍ଥିତି ନେଇ ଉଦବେଗ ପ୍ରକାଶ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ appeared first on .
ନନ୍ଦିଘୋଷ ବ୍ୟୁରୋ: ପୁରୀ କଣାସ ସ୍ଥିତି ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସ ରେ ସେ ଲେଖିଛନ୍ତି, ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ଝାଡ଼ାବାନ୍ତିରେ ଲୋକଙ୍କ ପ୍ରାଣହାନୀ ହେବା ସହ ଧନଜୀବନ ସୁରକ୍ଷା ପ୍ରତି ବିପଦ ଉପୁଜୁଛି। ରାଜ୍ୟ ସରକାର ତୁରନ୍ତ ଏଥିପ୍ରତି ଦୃଷ୍ଟି ଦିଅନ୍ତୁ ବୋଲି ନବୀନ ପଟ୍ଟନାୟକ ଦାବି କରିଛନ୍ତି। ସେ କହିଛନ୍ତି, ସ୍ୱତନ୍ତ୍ର ଡାକ୍ତରୀ ଦଳ ପଠାଇ ଏହାର ମୁକାବିଲା ପାଇଁ ପଦକ୍ଷେପ ଗ୍ରହଣ କରନ୍ତୁ। ଘରେ ଘରେ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇ ଲୋକଙ୍କୁ ସଜାଗ କରାଯାଉ। ପ୍ରତିଟି ଜୀବନ ମୂଲ୍ୟବାନ। ଏହାର ସୁରକ୍ଷା ପାଇଁ ସମସ୍ତେ ଆଗେଇ ଆସନ୍ତୁ। ପ୍ରଶାସନକୁ ସହଯୋଗ କରନ୍ତୁ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।
The post ପୁରୀ କଣାସ ସ୍ଥିତି ନେଇ ଉଦବେଗ ପ୍ରକାଶ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ appeared first on .