ପୁରୀ ଗୁଣ୍ଡିଚା ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ପୁରୀ,୧।୬: ପୁରୀରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଏପରି ଘଟଣା ଦେଖିବାକୁ ମିଳିଛି। ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି। ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇ ନାହିଁ। ସୂଚନାଯୋଗ୍ୟ, ଶନିବାର ସକାଳେ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। ନିଆଁ […] The post ପୁରୀ ଗୁଣ୍ଡିଚା ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା… appeared first on Dharitri Odia News.

ପୁରୀ ଗୁଣ୍ଡିଚା ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ପୁରୀ,୧।୬: ପୁରୀରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଏପରି ଘଟଣା ଦେଖିବାକୁ ମିଳିଛି। ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି। ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇ ନାହିଁ।

ସୂଚନାଯୋଗ୍ୟ, ଶନିବାର ସକାଳେ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। ନିଆଁ ଲାଗିବା କ୍ଷଣି ଚାରିଆଡେ ବ୍ୟାପି ଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ ହେଁ ନିଆଁ ହୁତୁହୁତୁ ହୋଇ ଜଳିବାରୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇ ପଡିଥିଲା। ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ। ତବେ କିଏ ଆଉ କାହିଁକି ନିଆଁ ଲଗାଇଲା ତାହାର କାରଣ ଅସ୍ପଷ୍ଟ ରହିଛି।

The post ପୁରୀ ଗୁଣ୍ଡିଚା ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା… appeared first on Dharitri Odia News.