ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ, ୮କୁ ବୃଦ୍ଧି ହେଲା ମୃତ୍ୟୁସଂଖ୍ୟା

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ । ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଞ୍ଚିଛି । ଏ ନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ହସ୍ପିଟାଲରେ ୨୨ ଜଣ ଆହତ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ ଯେ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ପ୍ରଥମେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ […]

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ, ୮କୁ ବୃଦ୍ଧି ହେଲା ମୃତ୍ୟୁସଂଖ୍ୟା
Puri-Fire-Cracker-Explosion

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ । ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଞ୍ଚିଛି । ଏ ନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ହସ୍ପିଟାଲରେ ୨୨ ଜଣ ଆହତ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ ଯେ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ପ୍ରଥମେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିଲେ। ଏହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରିଛି। ଘଟଣାର ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।