ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି
ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଶନିବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ମେଡିକାଲରେ ୨୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହି ଚିକିତ୍ସିତ ହେଉଛନ୍ତି। ସୂଚନାନୁସାରେ, ଗତ ବୁଧୁବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ଦେବୀଘାଟରେ ଘଟିଥିଲା ଭୟଙ୍କର ବାଣ ବିସ୍ଫୋରଣ I ଏଥିରେ ୫୦ ରୁ ଉର୍ଦ୍ଧ୍ବ ଲୋକ […]

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଶନିବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ମେଡିକାଲରେ ୨୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହି ଚିକିତ୍ସିତ ହେଉଛନ୍ତି।
ସୂଚନାନୁସାରେ, ଗତ ବୁଧୁବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ଦେବୀଘାଟରେ ଘଟିଥିଲା ଭୟଙ୍କର ବାଣ ବିସ୍ଫୋରଣ I ଏଥିରେ ୫୦ ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇଥିଲେ I ଆହତମାନଙ୍କୁ ପୁରୀ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ୱର ଏବଂ କଟକ ରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା I ତେବେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ରାତିରେ ୩ ଜଣଙ୍କର ମୃତ୍ୟୁ ଘଟି ଥିବାବେଳେ I ଗତକାଲି ଆଉ ୩ ଜଣଙ୍କର ମୃତ୍ୟୁ ଘଟିଥିଲା I ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ୨ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରିଛି।
ସେହିପରି ଗତକାଲି ସକାଳେ ବାଣ ବିସ୍ଫୋରଣ ଘଟଣାରେ ଗୁରୁତର ଆହତ ହୋଇ ଭୁବନେଶ୍ୱରର ଏକ ବେସରକାରୀ ହସପିଟାଲରେ ଚିକିତ୍ସିତ ହେଉଥିବା ଖଣ୍ଡିଆବନ୍ଧର ହେମନ୍ତ ସାହୁଙ୍କ ସହିତ ଆଉ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ କିଛି ଗୁରୁତରଙ୍କର ୯୦ରୁ ୯୫ ପ୍ରତିଶତ ଶରୀର ପୋଡି ଯାଇଛି। ସେମାନଙ୍କୁ ଚିହ୍ନିବା ବି କଷ୍ଟକର ହୋଇପଡିଛି। ପରିଚୟ ଜାଣିବାକୁ ଡିଏନଏ ଟେଷ୍ଟ ପାଇଁ ପଠାଯାଇଛି ସାମ୍ପଲ। ରିପୋର୍ଟ ଆସିଲେ ସେମାନଙ୍କ ପରିଚୟ ଜଣାପଡିବ।