ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍ କଲେ ରାଷ୍ଟ୍ରପତି
ପୁରୀ,୮ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ରବିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇଥିବା ବେଳେ ସୋମବାର ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍ କରିଛନ୍ତି। ରାଷ୍ଟ୍ରପତି ମର୍ଣ୍ଣିଂଓ୍ବାକ୍ କରିବା ସହ ବେଳାଭୂମିରେ କିଛି ସମୟ ବସି ସମୁଦ୍ରର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି। ଏହା ପରେ ରାଷ୍ଟ୍ରପତି ଆଜି ଭୁବନେଶ୍ୱର ଫେରି ଖଣ୍ଡଗିରି ଏବଂ ଉଦୟଗିରି ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର […] The post ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍ କଲେ ରାଷ୍ଟ୍ରପତି appeared first on Dharitri Odia News.
ପୁରୀ,୮ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ରବିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇଥିବା ବେଳେ ସୋମବାର ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍ କରିଛନ୍ତି। ରାଷ୍ଟ୍ରପତି ମର୍ଣ୍ଣିଂଓ୍ବାକ୍ କରିବା ସହ ବେଳାଭୂମିରେ କିଛି ସମୟ ବସି ସମୁଦ୍ରର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି। ଏହା ପରେ ରାଷ୍ଟ୍ରପତି ଆଜି ଭୁବନେଶ୍ୱର ଫେରି ଖଣ୍ଡଗିରି ଏବଂ ଉଦୟଗିରି ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।
ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।
The post ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍ କଲେ ରାଷ୍ଟ୍ରପତି appeared first on Dharitri Odia News.