ପୁରୀ ସମୁଦ୍ରରେ ଅଘଟଣ : ସ୍ନାନ ବେଳେ ନିଖୋଜ ହୋଇଗଲେ ଯୁବକ

ପୁରୀ ୧୦।୧୧: ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ ବେଳେ ନିଖୋଜ ହୋଇଗଲେ ଯୁବକ । ତେବେ ଖବର ପାଇ ଅଗ୍ନିଶମ ବାହିନୀ ଏବଂ ଲାଇଫ ଗାର୍ଡମାନେ ସମୁଦ୍ର ଭିତରେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ନିଖୋଜ ଯୁବକଙ୍କ ପତ୍ତା ମିଳିନାହିଁ । ନିଖୋଜ ହୋଇଥିବା ଯୁବକ ଜଣକ ହେଉଛନ୍ତି ଭଦ୍ରକ ଅଞ୍ଚଳର ଆୟୁଷ ମହାପାତ୍ର । ସୂଚନାଯୋଗ୍ୟ ଯେ, ରବିବାର ସକାଳେ ଆୟୁଷ ତାଙ୍କ ସାଙ୍ଗ ମାନଙ୍କ ସହ ପୁରୀ ବୁଲିବାକୁ ଆସିଥିବା ବେଳେ ହୋଟେଲ ଭିକ୍ଟୋରିଆ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିଲେ । ତେବେ ଏକ ବଡ଼ ଲହଡ଼ି ଆସିବା ଯୋଗୁ ଗଭୀର ସମୁଦ୍ର ଭିତରକୁ ଆୟୁଷ ଚାଲି ଯାଇଥିଲେ ‌। ସେଠାରେ ତାଙ୍କ ସାଙ୍ଗମାନେ ଚିତ୍କାର କରିବା ସହ ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଦୀର୍ଘ ସମୟ ଧରି ସମୁଦ୍ର ଭିତରେ ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଆୟୁଷଙ୍କର କୌଣସି ପତ୍ତା ମିଳିନାହିଁ । You Can Read:ଧକ୍କା ଦେଲା ଅଜଣା ଗାଡି, ବାଇକ୍ ଆରୋହୀଙ୍କ ମୃତ୍ୟୁ   

ପୁରୀ ସମୁଦ୍ରରେ ଅଘଟଣ : ସ୍ନାନ ବେଳେ ନିଖୋଜ ହୋଇଗଲେ ଯୁବକ

ପୁରୀ ୧୦।୧୧: ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ ବେଳେ ନିଖୋଜ ହୋଇଗଲେ ଯୁବକ । ତେବେ ଖବର ପାଇ ଅଗ୍ନିଶମ ବାହିନୀ ଏବଂ ଲାଇଫ ଗାର୍ଡମାନେ ସମୁଦ୍ର ଭିତରେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ନିଖୋଜ ଯୁବକଙ୍କ ପତ୍ତା ମିଳିନାହିଁ । ନିଖୋଜ ହୋଇଥିବା ଯୁବକ ଜଣକ ହେଉଛନ୍ତି ଭଦ୍ରକ ଅଞ୍ଚଳର ଆୟୁଷ ମହାପାତ୍ର । 

ସୂଚନାଯୋଗ୍ୟ ଯେ, ରବିବାର ସକାଳେ ଆୟୁଷ ତାଙ୍କ ସାଙ୍ଗ ମାନଙ୍କ ସହ ପୁରୀ ବୁଲିବାକୁ ଆସିଥିବା ବେଳେ ହୋଟେଲ ଭିକ୍ଟୋରିଆ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିଲେ । ତେବେ ଏକ ବଡ଼ ଲହଡ଼ି ଆସିବା ଯୋଗୁ ଗଭୀର ସମୁଦ୍ର ଭିତରକୁ ଆୟୁଷ ଚାଲି ଯାଇଥିଲେ ‌। ସେଠାରେ ତାଙ୍କ ସାଙ୍ଗମାନେ ଚିତ୍କାର କରିବା ସହ ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଦୀର୍ଘ ସମୟ ଧରି ସମୁଦ୍ର ଭିତରେ ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଆୟୁଷଙ୍କର କୌଣସି ପତ୍ତା ମିଳିନାହିଁ । 

You Can Read:

ଧକ୍କା ଦେଲା ଅଜଣା ଗାଡି, ବାଇକ୍ ଆରୋହୀଙ୍କ ମୃତ୍ୟୁ