ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ମନ୍ତ୍ରୀ
ପୁରୀ, ୨୮।୬: ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ। ଶୁକ୍ରବାର ଅପରାହ୍ନରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରି ଏଭଳି ମନ୍ତବ୍ୟ ଦେଇଛନ୍ତି। ଏହି ଗସ୍ତ କାଳରେ ମନ୍ତ୍ରୀ ସର୍କିଟ ହାଉସ୍ଠାରେ ପହଞ୍ଚି ମନ୍ତ୍ରୀ ଜିଲାପାଳ ଓ ଏସ୍ପିଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁମାନଙ୍କ ଗାଡି […] The post ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ମନ୍ତ୍ରୀ appeared first on Dharitri Odia News.
ପୁରୀ, ୨୮।୬: ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ। ଶୁକ୍ରବାର ଅପରାହ୍ନରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରି ଏଭଳି ମନ୍ତବ୍ୟ ଦେଇଛନ୍ତି।
ଏହି ଗସ୍ତ କାଳରେ ମନ୍ତ୍ରୀ ସର୍କିଟ ହାଉସ୍ଠାରେ ପହଞ୍ଚି ମନ୍ତ୍ରୀ ଜିଲାପାଳ ଓ ଏସ୍ପିଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁମାନଙ୍କ ଗାଡି ସେଠାରେ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ଆବଶ୍ୟକୀୟ ସୁବିଧା ପ୍ରସ୍ତୁତ ରଖିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହା ପରେ ଗଦାଧର ହାଇସ୍କୁଲ ଓ ପରେ ଶ୍ରୀମନ୍ଦିର ନିକଟରେ ଅତିଥିମାନଙ୍କ ପ୍ରସ୍ତାବିତ ବସିବା ସ୍ଥାନକୁ ଅନୁଧ୍ୟାନ କରିଥିଲେ। ସିଂହଦ୍ବାରଠାରୁ ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁମାନେ ସୁବିଧାରେ ରହି ମହାପ୍ରଭୁଙ୍କ ଦର୍ଶନ କରିବେ ଓ ରଥ ଟାଣିବେ ସେଥିନେଇ ମନ୍ତ୍ରୀ ତାହାର ଅନୁଧ୍ୟାନ କରିଥିଲେ।
ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ହରିଚନ୍ଦନ କହିଥିଲେ ଯେ “ସରକାର ଓ ପ୍ରଶାସନର ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ଚଳିତ ରଥଯାତ୍ରାରେ ଅଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଭାବେ କରାଯାଉଛି। ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶୃଙ୍ଖଳିତ ଭାବେ କରିବା ପାଇଁ ରଥଯାତ୍ରା ପରେ ସମସ୍ତଙ୍କ ପରାମର୍ଶ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ”
ଏହି ପରିଦର୍ଶନରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍ପି ପିନାକ ମିଶ୍ର, ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ କୁମାର ସାହୁ, ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଅତିରିକ୍ତ ଜିଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ରଶ୍ମୀ ରଞ୍ଜନ ସାହୁ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ।
The post ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ମନ୍ତ୍ରୀ appeared first on Dharitri Odia News.