ପୁରୀଦେଇ ଗତି କରୁଛି ମୌସୁମୀ, ୧୩ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର, ୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ କିଛିଟା ଆଶ୍ୱସ୍ତି ଦେଇଛି। ବଙ୍ଗୋପସାଗରରୁ ବହୁଥିବା ଆର୍ଦ୍ର ବାୟୁ ପ୍ରଭାବରେ ଆଗାମୀ ଦିନରେ ବର୍ଷା ବଢ଼ିବା ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ବର୍ଷା ଯୋଗୁଁ ରାଜ୍ୟର ଦିନ ତାପମାତ୍ରା ୨ରୁ […] The post ପୁରୀଦେଇ ଗତି କରୁଛି ମୌସୁମୀ, ୧୩ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା appeared first on Dharitri Odia News.
ଭୁବନେଶ୍ୱର, ୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ କିଛିଟା ଆଶ୍ୱସ୍ତି ଦେଇଛି। ବଙ୍ଗୋପସାଗରରୁ ବହୁଥିବା ଆର୍ଦ୍ର ବାୟୁ ପ୍ରଭାବରେ ଆଗାମୀ ଦିନରେ ବର୍ଷା ବଢ଼ିବା ସମ୍ଭାବନା ରହିଛି।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ବର୍ଷା ଯୋଗୁଁ ରାଜ୍ୟର ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ। ଗତ କିଛି ଦିନ ଧରି ରାଜ୍ୟରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଏହି ବର୍ଷା ଜନଜୀବନକୁ କିଛି ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି। ଭୁବନେଶ୍ୱର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିଥିବା ସହ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହେଉଛି।
ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୭ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ଏହି ଅଞ୍ଚଳରେ ବିଜୁଳି ଓ ୪୦ରୁ ୫୦ କିଲୋମିଟର ବେଗରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଅନ୍ୟ ୧୯ଟି ଜିଲ୍ଲାକୁ ହାଲୁକାରୁ ମଧ୍ୟମ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଚଳିତ ବର୍ଷ ମୌସୁମୀ ର୍ନିଦ୍ଧାରିତ ସମୟର ୧୦ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ କିଛି ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଆକଳନ କରାଯାଇଛି।
The post ପୁରୀଦେଇ ଗତି କରୁଛି ମୌସୁମୀ, ୧୩ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା appeared first on Dharitri Odia News.