ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତା ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ। ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା। ସଂକଳ୍ପ ପତ୍ରରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରା କରିଛୁ, ଆଗକୁ ମଧ୍ୟ […] The post ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି… appeared first on Dharitri Odia News.

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତା ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ। ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା। ସଂକଳ୍ପ ପତ୍ରରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରା କରିଛୁ, ଆଗକୁ ମଧ୍ୟ କରିବୁ। ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିଲୁ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ। ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ସମସ୍ୟା ସମାଧାନ ବି କରୁଛୁ। ଆଗାମୀ ଦିନରେ ସବୁ ଜିଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ। ମିଛ ପ୍ରତିଶ୍ରୁତି ସମସ୍ୟାର ସମାଧାନ ନୁହେଁ, ଆମେ ନିଶ୍ଚିତ ସବୁ ସମସ୍ୟାର ସମାଧାନ କରିବୁ। ଲୋକଙ୍କୁ ଦିଆଯାଇଥିବା ସବୁ ପ୍ରତିଶ୍ରୁତି ନିର୍ଦ୍ଦିଷ୍ଟ ସମୟରେ ସାରିବାକୁ ଚେଷ୍ଟା କରିବୁ।

ଏଥିସହ ମୋହନ ମାଝୀ ବିଜେଡି ସରକାରଙ୍କୁ ମଧ୍ୟ ଖୋଲା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାର ଅଭିଯୋଗ ଶୁଣୁ ନ ଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ। ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା। ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କରିଥିଲେ। ସେଥିପାଇଁ ବିଜେଡି ସରକାରର ପତନ ଘଟିଲା।

The post ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି… appeared first on Dharitri Odia News.