ପୁରୀରେ ଚାପ ଖେଳ ବେଳେ ଅଘଟଣ; ବାଣ ଫୁଟି ଜଣେ ମୃତ, ୩୦ରୁ ଅଧିକ ଆହତ

ଗତକାଲି ରାତିରେ ମହାପ୍ରଭୁଙ୍କର ଚାପ ଖେଳ ଚାଲିଥିଲା। ହଠାତ୍ ନରେନ୍ଦ୍ର ପୁଷ୍କରିଣୀର ଦେବୀଘାଟ ପଟେ ବାଣ ବିସ୍ଫୋରଣ ହୋଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ପୁରୀରେ ଚାପ ଖେଳ ବେଳେ ଅଘଟଣ; ବାଣ ଫୁଟି ଜଣେ ମୃତ, ୩୦ରୁ ଅଧିକ ଆହତ

ପୁରୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଅଘଟଣ। ବାଣ ଫୁଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଏହି ଅଘଟଣ ଘଟିଛି।

ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୨୭ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ବର୍ଣ୍ଣ ୟୁନିଟ୍ ନଥିବାରୁ କଟକ ବଡ଼ ମେଡିକାଲ ଏବଂ ଭୁବନେଶ୍ବର ଓ କଟକର ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବାଣ ଫୁଟି ପୋଡ଼ି ଯାଇଥିବା ବ୍ୟକ୍ତିଙ୍କ ମଧ୍ୟରେ କିଛି ଛୋଟ ପିଲା ମଧ୍ୟ ଅଛନ୍ତି।

ଗତକାଲି ରାତିରେ ମହାପ୍ରଭୁଙ୍କର ଚାପ ଖେଳ ଚାଲିଥିଲା। ହଠାତ୍ ନରେନ୍ଦ୍ର ପୁଷ୍କରିଣୀର ଦେବୀଘାଟ ପଟେ ବାଣ ବିସ୍ଫୋରଣ ହୋଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆହତଙ୍କ ସର୍ମ୍ପକୀୟଙ୍କ କାନ୍ଦ ବୋବାଳିରେ ଫାଟି ପଡ଼ୁଥିଲା ମେଡିକାଲ ପରିସର ।

ଅଧିକ ପଢ଼ନ୍ତୁ: ପାର୍କିଂରେ ଛିଡ଼ା ହୋଇଥିଲା ସବୁ କାର, ଅଚନକ ଜଳିଗଲା..!

ଏହି ଘଟଣା ପରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଟୁଇଟ୍ କରି ସେ ଲେଖିଛନ୍ତି, ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ଅଘଟଣ ବିଷୟରେ ଜାଣି ଦୁଃଖିତ। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରୁଛି।