ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥ କାଠ
ପୁରୀ: ଚଳିତ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଛି ପ୍ରଥମ ପର୍ଯ୍ୟାୟ ରଥ କାଠ । ନୟାଗଡ଼ ଦଶପଲ୍ଲା ରେଞ୍ଜରୁ ଆସିଛି ରଥ କାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୫୧ ଖଣ୍ଡ କାଠ । ମୋଟ୍ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି । ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ମଙ୍ଗଳବାର ତିନୋଟି […]

ପୁରୀ: ଚଳିତ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଛି ପ୍ରଥମ ପର୍ଯ୍ୟାୟ ରଥ କାଠ । ନୟାଗଡ଼ ଦଶପଲ୍ଲା ରେଞ୍ଜରୁ ଆସିଛି ରଥ କାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୫୧ ଖଣ୍ଡ କାଠ । ମୋଟ୍ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି ।
ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ମଙ୍ଗଳବାର ତିନୋଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି ୧୦୧ ଖଣ୍ଡ ଧଉରା ଓ ଅସନ କାଠ । ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି ।
ଫେବୃଆରୀ ୨ ତାରିଖ ଶ୍ରୀପଞ୍ଚମୀ ଦିନ ବିଧି ଅନୁଯାୟୀ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥ ନିର୍ମାଣ ପାଇଁ ତିନୋଟି ରଥ