ପୁରୀରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ, ମହାପ୍ରଭୁଙ୍କୁ ଦର୍ଶନ କରି ହେଲେ ଭାବବିହ୍ବଳ
ପୁରୀ: ପୁରୀରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ। ସନ୍ଧ୍ୟାରେ ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ସୋନୁ ନିଗମ। ଆଉ ଦୀର୍ଘ ଦିନ ପରେ ମହାପ୍ରଭୁଙ୍କ ଦର୍ଶନ ପାଇ ବେଶ ଭାବ ବିହ୍ୱଳ ହୋଇପଡ଼ିଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ ମହାପ୍ରଭୁଙ୍କ ଦର୍ଶନ ପାଇ ସେ ନିଜକୁ ଭାଗ୍ୟବାନ ମନେ କରିଥିବା କହିଛନ୍ତି। ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ଵାରରେ ତାଙ୍କୁ ଖଣ୍ଡୁଆ ଦେଇ ସ୍ବାଗତ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରାଇଥିଲେ। ପରେ ଶ୍ରୀମନ୍ଦିର ଭିତର ବେଢାରେ ଥିବା ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିର ବୁଲି ଦର୍ଶନ କରିଥିଲେ। ସୂଚନାଥାଉକି, ଗତକାଲି କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କଟକ ଆସିଥିଲେ ସୋନୁ ନିଗମ।
ପୁରୀ: ପୁରୀରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ। ସନ୍ଧ୍ୟାରେ ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ସୋନୁ ନିଗମ। ଆଉ ଦୀର୍ଘ ଦିନ ପରେ ମହାପ୍ରଭୁଙ୍କ ଦର୍ଶନ ପାଇ ବେଶ ଭାବ ବିହ୍ୱଳ ହୋଇପଡ଼ିଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ ମହାପ୍ରଭୁଙ୍କ ଦର୍ଶନ ପାଇ ସେ ନିଜକୁ ଭାଗ୍ୟବାନ ମନେ କରିଥିବା କହିଛନ୍ତି।
ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ଵାରରେ ତାଙ୍କୁ ଖଣ୍ଡୁଆ ଦେଇ ସ୍ବାଗତ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରାଇଥିଲେ। ପରେ ଶ୍ରୀମନ୍ଦିର ଭିତର ବେଢାରେ ଥିବା ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିର ବୁଲି ଦର୍ଶନ କରିଥିଲେ।
ସୂଚନାଥାଉକି, ଗତକାଲି କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କଟକ ଆସିଥିଲେ ସୋନୁ ନିଗମ।