ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି
ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ସକାଳେ ମୋଦି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ ସୋ’ କରିବେ। ଏହାପରେ ଅନୁଗୁଳ ଅଭିମୁଖେ ଯାଇ ସେଠାରେ ଜନ ସଭା କରିବା ପରେ କଟକରେ ଆସି ଜନ ସମାବେଶରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ କଟକରେ ମକଡ୍ରିଲ […] The post ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.
ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି।
ଆସନ୍ତାକାଲି ସକାଳେ ମୋଦି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ ସୋ’ କରିବେ। ଏହାପରେ ଅନୁଗୁଳ ଅଭିମୁଖେ ଯାଇ ସେଠାରେ ଜନ ସଭା କରିବା ପରେ କଟକରେ ଆସି ଜନ ସମାବେଶରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ କଟକରେ ମକଡ୍ରିଲ କରିଛି ଭାରତୀୟ ବାୟୁସେନା । ଯେହେତୁ ପ୍ରଧାନମନ୍ତ୍ରୀ ବାୟୁସେନାର ହେଲିକପ୍ଟର ଦ୍ୱାରା କଟକ ଆସିବେ, ତେଣୁ ବାଲିଯାତ୍ରା ପଡିଆରେ ବ୍ୟାପକ ପ୍ରସ୍ତୁତି ହୋଇଛି ।
ତଳ ବାଲିଯାତ୍ରା ପଡିଆରେ ପିଏମ ମୋଦିଙ୍କ ହେଲିକପ୍ଟର ଅବତରଣ କରିବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସରିଛି। ହେଲିପ୍ୟାଡ଼ ଠାରୁ ଆରମ୍ଭ କରି ସଭାସ୍ଥଳ ପର୍ଯ୍ୟନ୍ତ ସମସ୍ତ ସ୍ଥାନର ସୁରକ୍ଷା ଦାୟିତ୍ୱ SPG ନେଇସାରିଛି, ତେଣୁ ସଂପୃକ୍ତ ସ୍ଥାନରେ ଏବେଠାରୁ କଟକଣା ଲାଗୁ ହୋଇସାରିଛି।
The post ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.