ପୂଜା ଭିଡ଼ରେ ବସ୍ ବନ୍ଦ ଡାକରା
ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଏହି ସମୟରେ ଛୁଟି ରହୁଥିବାରୁ ଲୋକେ ଅଧିକ ବସ୍ ଯାତ୍ରା କରିଥାନ୍ତି। ହେଲେ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୋମବାର ସନ୍ଧ୍ୟାରୁ ୨୪ ଘଣ୍ଟିଆ ବସ୍ ବନ୍ଦ ଡାକରା ଦିଆଯାଇଛି। ଲକ୍ଷ୍ମୀ ବସ୍ର ଟାୟାର-୨ ସେବା ଅର୍ଥାତ୍ ବ୍ଲକ୍ରୁ ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚଳାଚଳକୁ ପ୍ରତିବାଦ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୪ ଜିଲାର ଘରୋଇ ବସ୍ ମାଲିକ ସଂଘ ଏଭଳି ନିଷ୍ପତ୍ତି ନେଇଛି। ଏନେଇ ସରକାର […] The post ପୂଜା ଭିଡ଼ରେ ବସ୍ ବନ୍ଦ ଡାକରା appeared first on Dharitri Odia News.
ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଏହି ସମୟରେ ଛୁଟି ରହୁଥିବାରୁ ଲୋକେ ଅଧିକ ବସ୍ ଯାତ୍ରା କରିଥାନ୍ତି। ହେଲେ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୋମବାର ସନ୍ଧ୍ୟାରୁ ୨୪ ଘଣ୍ଟିଆ ବସ୍ ବନ୍ଦ ଡାକରା ଦିଆଯାଇଛି। ଲକ୍ଷ୍ମୀ ବସ୍ର ଟାୟାର-୨ ସେବା ଅର୍ଥାତ୍ ବ୍ଲକ୍ରୁ ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚଳାଚଳକୁ ପ୍ରତିବାଦ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୪ ଜିଲାର ଘରୋଇ ବସ୍ ମାଲିକ ସଂଘ ଏଭଳି ନିଷ୍ପତ୍ତି ନେଇଛି। ଏନେଇ ସରକାର ସୋମବାର ଆଲୋଚନା ପାଇଁ ଘରୋଇ ମାଲିକ ସଂଘ କର୍ମକର୍ତ୍ତାଙ୍କୁ ଡାକିଛନ୍ତି। ଆଲୋଚନା ବିଫଳ ହେଲେ ଯାତ୍ରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ।
ଭୁବନେଶ୍ୱର, ୭।୧୦(ସୁନିତ୍ ମିଶ୍ର):ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍ ମାଲିକ ସଂଘ ପକ୍ଷରୁ ସୋମବାର ସା ୬ଟାରୁ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ରଖିବା ଲାଗି ଡାକରା ଦିଆଯାଇ ଥିବାବେଳେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇଛନ୍ତି। ଏ ସମ୍ପର୍କରେ ଆଲୋଚନା କରିବା ଲାଗି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ସକାଳୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବାକୁ ବସ୍ ମାଲିକ ସଂଘକୁ ଡକାଯାଇଛି। ୧୪ ଜିଲାର ୨୫ ଘରୋଇ ବସ୍ ମାଲିକ ସଂଘ ୨୪ ଘଣ୍ଟିଆ ଧର୍ମଘଟ କରିବେ ବୋଲି ଘୋଷଣା କରିସାରିଛନ୍ତି। ହେଲେ ମନ୍ତ୍ରୀଙ୍କ ତରଫରୁ ବୈଠକ ପରେ କଳାହାଣ୍ଡି ଘରୋଇ ବସ୍ ମାଲିକ ସଂଘ ସଭାପତି ପ୍ରବୋଧ କୁମାର ରଥ କହିଛନ୍ତି, ସୋମବାର ସକାଳ ୯ଟା ସମୟରେ ବ୍ରହ୍ମପୁରଠାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସହିତ ବୈଠକ ରହିଛି। ବୈଠକ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ତେଣୁ ମନ୍ତ୍ରୀଙ୍କ ସହିତ ବୈଠକ ପରେ ଯାଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏକପ୍ରକାର ଜଣାପଡ଼ିଛି।
ବସ୍ ମାଲିକ ସଂଘ ପୂର୍ବରୁ ଅଭିଯୋଗ କରିଥିଲେ ଯେ, ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର-୧ ଅର୍ଥାତ୍ ଗ୍ରାମପଞ୍ଚାୟତରୁ ବ୍ଲକ୍ ମୁଖ୍ୟାଳୟକୁ ଲକ୍ଷ୍ମୀ ବସ୍ ଚାଲିଥିଲା। ପ୍ରତିବାଦ ପରେ ଏହା କିଛି ଦିନ ବନ୍ଦ ରହିଥିଲା। ତେବେ ପୁଣି ଟାୟାର-୨ ଲକ୍ଷ୍ମୀ ବସ ଚଳାଚଳ ନେଇ ବସ୍ ମାଲିକ ସଂଘ ପ୍ରତିବାଦ କରିଥିଲେ। ହେଲେ ନିର୍ବାଚନ ଯୋଗୁ ତାହା ସ୍ଥଗିତ ରହିଥିଲା। ବର୍ତ୍ତମାନ ସରକାର ବଦଳିଛି, ହେଲେ ପୂର୍ବ ସରକାରଙ୍କ ଯୋଜନା ବଦଳିନି ବୋଲି ବସ୍ ମାଲିକ ସଂଘ କହିଛନ୍ତି। ଏନେଇ ପରିବହନ ବିଭାଗ କିମ୍ବା ରାଜ୍ୟ ସରକାରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। କଳାହାଣ୍ଡି ବସ୍ ମାଲିକ ସଂଘ ସଭାପତି ପ୍ରବୋଧ ରଥ କହିଥିଲେ, ୧୪ ଜିଲା ଓ ୨୫ଟି ୟୁନିୟନ ଏହି ବନ୍ଦ ଡାକରାରେ ସାମିଲ ହୋଇଛନ୍ତି। ବର୍ଷେ ହେଲା ଆମେ ସଂଗ୍ରାମ ଜାରି ରଖିଛୁ। ଆମ ବସ୍ ମାଲିକ ଓ କର୍ମଚାରୀଙ୍କ ଦୁଃଖ ବୁଝିବାକୁ ସରକାର ଚେଷ୍ଟା କରନ୍ତୁ। ଏହା ଆମ ପେଟପାଟଣାର କଥା। ସରକାର ଆମ ଦାବି ଗ୍ରହଣ କରି ଏହି ସମସ୍ୟାର ସମାଧାନ କରନ୍ତୁ ବୋଲି ଅନୁରୋଧ କରୁଛୁ। ନଚେତ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ସେ କହିଥିଲେ। ତେବେ ବସ୍ ମାଲିକ ସଂଘର ଏହି ବନ୍ଦ ପାଳନ ଆରମ୍ଭ ହେଲେ ଲକ୍ଷାଧିକ ଯାତ୍ରୀଙ୍କ ଯାତାୟାତରେ ସମସ୍ୟା ହେବ।
The post ପୂଜା ଭିଡ଼ରେ ବସ୍ ବନ୍ଦ ଡାକରା appeared first on Dharitri Odia News.