ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଲଙ୍ଗଳେଶ୍ୱର ଗୋସେଇଁ ପାଟଣା ସାହିର ରସାୟନ ମଲ୍ଲିକ ହନୁମାନ ମନ୍ଦିରରେ ବସିଥିବାବେଳେ ସେହି ଗ୍ରାମର ଗୋଟିଏ ପରିବାରର କିଛି ସଦସ୍ୟ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ରସାୟନଙ୍କ ମୁଣ୍ଡ, ହାତ, ଦେହରେ ଆଘାତ ଲାଗି ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। […] The post ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ appeared first on Dharitri Odia News.

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଲଙ୍ଗଳେଶ୍ୱର ଗୋସେଇଁ ପାଟଣା ସାହିର ରସାୟନ ମଲ୍ଲିକ ହନୁମାନ ମନ୍ଦିରରେ ବସିଥିବାବେଳେ ସେହି ଗ୍ରାମର ଗୋଟିଏ ପରିବାରର କିଛି ସଦସ୍ୟ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ରସାୟନଙ୍କ ମୁଣ୍ଡ, ହାତ, ଦେହରେ ଆଘାତ ଲାଗି ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଏଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ ଖଲ୍ଲିକୋଟ ଥାନା ଅଧିକାରୀ ନରେଶ କୁମାର ସାହୁ, ଭେଜିପୁଟ ଫାଣ୍ଡି ଅଧିକାରୀ ଦେବାଶିଷ ମିଶ୍ର, ଛତ୍ରପୁର ଏସଡିପିଓ ଗୌରହରୀ ସାହୁ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଥିଲେ। ତେବେ ଉକ୍ତ ପରିବାରର ଦୁଇ ଜଣ ସଦସ୍ୟଙ୍କୁ ପୋଲିସ ଥାନାକୁ ଆଣି ପଚରାଉଚରା କରୁଥିବା ଜଣାପଡ଼ିଛି।

The post ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ appeared first on Dharitri Odia News.