ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଦିଲ୍ଲୀରେ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାର ସହିତ କଥା ହୋଇ ସମବେଦନା ଜଣାଇଛନ୍ତି । #WATCH | […] The post ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.
ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଦିଲ୍ଲୀରେ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାର ସହିତ କଥା ହୋଇ ସମବେଦନା ଜଣାଇଛନ୍ତି ।
#WATCH | Delhi | PM Modi pays last respects to former Union Minister Dr Debendra Pradhan who passed away at the age of 84.
Dharmendra Pradhan, the son of former Union Minister and late Dr Debendra Pradhan, present.
(Video source: DD) pic.twitter.com/6MynfHzaWB— ANI (@ANI) March 17, 2025
ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।
The post ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.