ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ, ୯୨ ବର୍ଷ ବୟସରେ ନେଲେ ଶେଷ ନିଃଶ୍ୱାସ
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ୯୨ବର୍ଷ ବୟସରେ ପରଲୋକ ହୋଇଛି । ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ଆଜି ରାତି ୯.୫୧ରେ ତାଙ୍କର ମୃତ୍ୟୁ ହୋଇଥିବା AIIMS ଡାକ୍ତର କହିଛନ୍ତି । ତାଙ୍କ ମୃତ୍ୟୁରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି । ଅନ୍ତିମ ସମୟରେ ଶ୍ରୀ ସିଂହଙ୍କ ପାଖରେ ତାଙ୍କ ପତ୍ନୀ ଗୁରୁଶରଣ କୌର ଓ ୩ ଝିଅ ଉପସ୍ଥିତ ଥିଲେ। ତାଙ୍କ ମୃତ୍ୟୁ ଖବର ପାଇଁ କଂଗ୍ରେସ […] The post ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ, ୯୨ ବର୍ଷ ବୟସରେ ନେଲେ ଶେଷ ନିଃଶ୍ୱାସ appeared first on KNews Odisha.

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ୯୨ବର୍ଷ ବୟସରେ ପରଲୋକ ହୋଇଛି । ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ଆଜି ରାତି ୯.୫୧ରେ ତାଙ୍କର ମୃତ୍ୟୁ ହୋଇଥିବା AIIMS ଡାକ୍ତର କହିଛନ୍ତି । ତାଙ୍କ ମୃତ୍ୟୁରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି । ଅନ୍ତିମ ସମୟରେ ଶ୍ରୀ ସିଂହଙ୍କ ପାଖରେ ତାଙ୍କ ପତ୍ନୀ ଗୁରୁଶରଣ କୌର ଓ ୩ ଝିଅ ଉପସ୍ଥିତ ଥିଲେ।
ତାଙ୍କ ମୃତ୍ୟୁ ଖବର ପାଇଁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦିଲ୍ଲୀ ଏମ୍ସରେ ପହଞ୍ଚିଛନ୍ତି । ସେହିପରି CWC ପାଇଁ କର୍ଣ୍ଣାଟକରେ ଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ବରିଷ୍ଠ ନେତା ରାହୁଲ ଗାନ୍ଧି ମଧ୍ୟ ଦିଲ୍ଲୀ ଆସୁଛନ୍ତି ।
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ । ଆରବିଆର ଗଭର୍ଣ୍ଣର ଭାବେ କାମ କରି ସାରିଥିବା ମନମୋହନ ସିଂହ ୨୦୦୪ରୁ ୨୦୧୪ ଯାଏ ଦେଶର ପ୍ରଧାନମନ୍ତ୍ରୀ ଭାବେ କାମ କରିଥିଲେ । ଶ୍ରୀ ସିଂହଙ୍କ ପରଲୋକ ଯୋଗୁ ଆସନ୍ତାକାଲି କଂଗ୍ରେସର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି । ଦଳ ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି ।
The post ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ, ୯୨ ବର୍ଷ ବୟସରେ ନେଲେ ଶେଷ ନିଃଶ୍ୱାସ appeared first on KNews Odisha.