ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲକାନଗିରିର ବିକାଶରେ ବିଧାୟକ ଭାବେ ଆଦିତ୍ୟଙ୍କ ବଳିଷ୍ଠ ଯୋଗଦାନ ରହିଥିଲା। ଏଥିସହିତ ମାଲକାନଗିରି ଜିଲାରେ ଦଳକୁ ମଜବୁତ୍‌ କରିବାରେ ମଧ୍ୟ ସେ ପ୍ରମୁଖ ଭୂମିକା ତୁଲାଇଥିଲେ। ଜଣେ ଲୋକପ୍ରିୟ ରାଜନେତା ଭାବେ ଜିଲାବାସୀଙ୍କ ନିକଟରେ ସେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବେ। ମୁଖ୍ୟମନ୍ତ୍ରୀ […] The post ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲକାନଗିରିର ବିକାଶରେ ବିଧାୟକ ଭାବେ ଆଦିତ୍ୟଙ୍କ ବଳିଷ୍ଠ ଯୋଗଦାନ ରହିଥିଲା। ଏଥିସହିତ ମାଲକାନଗିରି ଜିଲାରେ ଦଳକୁ ମଜବୁତ୍‌ କରିବାରେ ମଧ୍ୟ ସେ ପ୍ରମୁଖ ଭୂମିକା ତୁଲାଇଥିଲେ। ଜଣେ ଲୋକପ୍ରିୟ ରାଜନେତା ଭାବେ ଜିଲାବାସୀଙ୍କ ନିକଟରେ ସେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବେ।
ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

The post ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.