ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର:ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ମହାନ୍ତି ଜଣେ ଦକ୍ଷ ସଂଗଠକ,ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ୨୦୦୯ ଏବଂ ୨୦୧୪ ରେ କ୍ରମାଗତ ଭାବେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ସେ ତାଙ୍କ ଲୋକପ୍ରିୟତାକୁ ପ୍ରମାଣିତ କରିଛନ୍ତି । ଛାତ୍ର ରାଜନୀତିରୁ […]

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର:ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ମହାନ୍ତି ଜଣେ ଦକ୍ଷ ସଂଗଠକ,ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ୨୦୦୯ ଏବଂ ୨୦୧୪ ରେ କ୍ରମାଗତ ଭାବେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ସେ ତାଙ୍କ ଲୋକପ୍ରିୟତାକୁ ପ୍ରମାଣିତ କରିଛନ୍ତି ।

ଛାତ୍ର ରାଜନୀତିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରି ଭୁବନେଶ୍ୱର ଯୁବ ବର୍ଗଙ୍କ ପାଖ ରେ ବାଦଲ ଭାଇ ଭାବେ ସେ ସୁପରିଚିତ ଥିଲେ । ସମାଜ ର ଗରିବ ଓ ଅବହେଳିତ ଙ୍କ କଲ୍ୟାଣ ସାଧନ କୁ ସେ ସର୍ବଦା ପ୍ରାଧାନ୍ୟ ଦେଉଥିଲେ।ତାଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।